ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।

ବୈଠକରେ ବିଡିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, କନ୍ଧମାଳ ସାଂସଦଙ୍କ ଡିଆର୍‌ଡିଏ ପ୍ରତିନିଧି ଶିବଶଙ୍କର ପ୍ରଧାନ, ଭଞ୍ଜନଗର ବ୍ଲକ ଏମ୍‌ପି ପ୍ରତିନିଧି ଧୋବା ଗୌଡ଼ଙ୍କ ସମେତ ବିଭିନ୍ନ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।

ବୈଠକରେ ଭଞ୍ଜନଗର ବ୍ଲକ ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ଜନସାଧାରଣଙ୍କ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷକରି ବ୍ଲକର ବିଭିନ୍ନ ପଞ୍ଚାୟତରେ ଚାଲିଥିବା ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପର କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ନେଇ ନିର୍ବାଚିତ ପ୍ରତିନିଧିମାନେ ଅସନ୍ତୋଷ ପ୍ରକାଶ କରିବା ସହ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଗୁରୁତ୍ୱ ଦେଇଥିଲେ।

ବୈଠକ ପ୍ରାରମ୍ଭରେ ଜିପିଇଓ ପୂର୍ଣ୍ଣଚନ୍ଦ୍ର ସାହୁ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ। ପରେ ଗ୍ରାମ୍ୟ ପାନୀୟ ଜଳଯୋଗାଣ, ପରିମଳ, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ, ଶିକ୍ଷା, କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ବିଦ୍ୟୁତ୍‌, ଗ୍ରାମ୍ୟ ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାମାଜିକ ସୁରକ୍ଷା ଆଦି ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଅଗ୍ରଗତି ଉପରେ ଅଧିକାରୀମାନେ ତଥ୍ୟ ଉପସ୍ଥାପନ କରିଥିଲେ।

ବିଭିନ୍ନ ଉନ୍ନୟନମୂଳକ ଯୋଜନା, ଭିବିଜି ରାମଜୀ, ବିଧାୟକ ଓ ସାଂସଦଙ୍କ ପାଣ୍ଠିରୁ ଚାଲିଥିବା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଦାରିଦ୍ର୍ୟ ଦୂରୀକରଣ ଓ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ଦିବ୍ୟାଙ୍ଗ ଭତ୍ତା, ବିଧବା ଭତ୍ତା ଓ ଜାତୀୟ ପରିବାର ମଙ୍ଗଳ ଯୋଜନା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲା।

ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ଯୋଗାଣ ବିଭାଗର ଅଧିକାରୀ ହିତାଧିକାରୀମାନଙ୍କୁ ବର୍ତ୍ତମାନ ମିଳୁଥିବା ବିଭିନ୍ନ ସାମଗ୍ରୀ ଓ ତାହାର ପରିମାଣ ସମ୍ପର୍କରେ ସଭ୍ୟ ଓ ସଭ୍ୟାମାନଙ୍କୁ ଅବଗତ କରାଇଥିଲେ। ସେହିପରି ସମନ୍ୱିତ ମହିଳା ଓ ଶିଶୁ ବିକାଶ ଯୋଜନାର କାର୍ଯ୍ୟକ୍ରମ ଓ ଅଗ୍ରଗତି ସମ୍ପର୍କରେ ସିଡିପିଓ ତଥ୍ୟ ଉପସ୍ଥାପନ କରିଥିଲେ।

ବୈଠକରେ ଭଞ୍ଜନଗର ପଞ୍ଚାୟତ ସମିତି ଅଧୀନ ସମସ୍ତ ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ଜନସାଧାରଣଙ୍କ ମୌଳିକ ସୁବିଧା, ଚାଲୁଥିବା ଉନ୍ନୟନ କାର୍ଯ୍ୟର ଗୁଣାତ୍ମକ ଅଗ୍ରଗତି ଏବଂ ସରକାରୀ ଯୋଜନାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?