ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଭଞ୍ଜ ସାହିତ୍ୟର ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଯେତିକି ପ୍ରଚାର ଓ ପ୍ରସାର ହେବାକଥା ହୋଇନାହିଁ। ଏ ମାଟିର ଭଞ୍ଜ ସାହିତ୍ୟର ଆଦର ରହିଛି। ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ବକ୍ତାମାନେ କହିଥିଲେ ।

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଲୋହରାଖଣ୍ଡି ସାହିତ୍ୟ ସଂସଦର ମିଳିତ ସ‌ହ‌ଯୋଗରେ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ହୋଇଥିଲା। ମୁଖ୍ୟଅତିଥି ଭାବେ ମ୍ୟୁନିସିପାଲଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଯୋଗାନନ୍ଦ ସାହୁ, କବି ତଥା ସୁସାହିତ୍ୟିକ ପ୍ରଶାନ୍ତ ମହାନ୍ତି, ଡକ୍ଟର ଲମ୍ବୋଦର ପାଣିଗ୍ରାହୀ, ମୁଖ୍ୟବକ୍ତା ଭାବେ ବି.ଜେ.ବି ସ୍ଵୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଡକ୍ଟର କାହ୍ନୁଚରଣ ପାଢ଼ୀ, ସୁସାହିତ୍ୟିକ ମୋତିଲାଲ ପତି,ଯୁଗ୍ମ ସଂପାଦକ ସଞ୍ଜୟ କୁମାର ଛୁଆଲସିଂହ ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।

ସଭାପତି ଡକ୍ଟର ଅଶୋକ କୁମାର ଷଡ଼ଙ୍ଗୀ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ । ଲୋହରାଖଣ୍ଡି ସାହିତ୍ୟ ସଂସଦ ସାଧାରଣ ସମ୍ପାଦିକା ପ୍ରଭାତୀ ମଞ୍ଜରୀ ବେହେରା ସଭାକୁ ପରିଚାଳନା କରିଥିଲେ । ଅପରାହ୍ନରେ କବିତା ପାଠୋତ୍ସବ ହୋଇଥିଲା । କବି ନେତାଜୀ ବିଷୋୟୀ, ତ୍ରିନାଥ ବେହେରା, ସସ୍ମିତା ଦାସ, କାର୍ଯ୍ୟକାରି ସଭାପତି ପ୍ରଦୀପ କୁମାର ସ୍ୱାଇଁ,କବୟିତ୍ରୀ କଳ୍ପନା କୁମାର ପ୍ରଧାନ, ସମ୍ପାଦକ ଚିନ୍ମୟ କୁମାର ବେବର୍ତ୍ତା ପ୍ରମୁଖ କବିତା ପାଠ କରିଥିଲେ। ଲୋପାମୁଦ୍ରା ରଥ ଧନ୍ୟବାଦ୍ ପ୍ରଦାନ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?