ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର ମଦର୍‌ ବୋର୍ଡ, ୫ଟି ଟାବଲେଟ, ନକଲି ଗହଣା ଏବଂ ୧୦ ହଜାର ଟଙ୍କା ଜବତ କରାଯାଇଛି। ଗିରଫ ସମସ୍ତ ଅଭିଯୁକ୍ତଙ୍କ ଘର ପଶ୍ଚିମବଙ୍ଗରେ।

ଏନେଇ ଶନିବାର ଖରାବେଳେ ଭଞ୍ଜନଗର ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏଏସ୍‌ପି ରଞ୍ଜନ କୁମାର ଦେ ତାହା ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନଙ୍କୁ ଏହାପରେ କୋର୍ଟ ଚାଲାଣ କରାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର କହିଥିଲେ ଯେ, ଏହି ଅଭିଯୁକ୍ତମାନଙ୍କର ବିଦେଶ ଲିଙ୍କ୍‌ ଅଛି କି ନାହିଁ ତାହାର ଖୋଳତାଡ଼ ହେବ। ଏଥିସହ ଭଙ୍ଗା ମୋବାଇଲ କାହାକୁ ବିକ୍ରି କରନ୍ତୁ ନାହିଁ। ମୋବାଇଲ ଖରାପ ହୋଇଗଲେ ତାହାକୁ ନଷ୍ଟ କରିଦିଅନ୍ତୁ। ବୁଲା ବ୍ୟବସାୟୀକୁ ବିକ୍ରି କରନ୍ତୁ ନାହିଁ। ସେମାନେ ତାହାକୁ ନେଇ କୌଣସି ବେନିୟମ କାର୍ଯ୍ୟରେ ଲଗାଇବା ସମ୍ଭାବନା ଅଛି। ତେଣୁ ତାହାର ତଦନ୍ତ କରାଯିବ ବୋଲି ଏସ୍‌ଡିପିଓ କହିଥିଲେ। ଅଭିଯୁକ୍ତମାନେ ଜବତ ହୋଇଥିବା ମୋବାଇଲର
କାଗଜପତ୍ର ଦେଖାଇ ପାରି ନ ଥିଲେ। ତେଣୁ ପୋଲିସ ସେମାନଙ୍କୁ ଚୋରି ମାମଲାରେ ଗିରଫ କରିଛି।

ଖବରଦାତା ସମ୍ମିଳନୀରେ ଆଇଆଇସି ଜୀବନାନନ୍ଦ ଜେନା, ଏସ୍‌ଆଇ ସମୀର କୁମାର ସେଠୀ, ଲକ୍ଷ୍ମୀଧର ମହାନ୍ତି, ଲିପିନା ବିଶ୍ୱାଳ,ଜ୍ୟୋତ୍ସ୍ନାମୟୀ ସାହୁ, ଏଏସ୍‌ଆଇ ବିଦେଶୀ ବେହେରା, ସତ୍ୟନାରାୟଣ ମଲ୍ଲିକ, ରୁଦ୍ର ପ୍ରସାଦ କହର, କନଷ୍ଟେବଳ ସନ୍ତୋଷ କୁମାର ନାୟକ, ଅମିତ୍‌ କୁମାର ବିଶ୍ବାଳ, ନରେଶ ଶବର, ଗୃହରକ୍ଷୀ ଗଜେନ୍ଦ୍ର ସାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଜବତ ହୋଇଥିବା ମୋବାଇଲଗୁଡ଼ିକୁ ଆଗାମୀ ଦିନରେ ତାହାର ଅସଲ ମାଲିକମାନଙ୍କୁ ଫେରାଇବା ପାଇଁ ଥାନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଭଞ୍ଜନଗର ଥାନାରେ ୯୨/୨୬ ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। ଗିରଫ ଅଭିଯୁକ୍ତମାନେ ସାଇକେଲ ଏବଂ ବାଇକରେ ଏଠାରେ ବୁଲି ବୁଲିବ୍ୟବସାୟ କରନ୍ତି। ସେମାନଙ୍କର ଚାଲି ଚଳଣିକୁ ନେଇ ବିଭିନ୍ନ ଆଡୁ ଅଭିଯୋଗ ହୋଇଥିଲା। ଏହାପରେ ପୋଲିସ ସେମାନଙ୍କ ଗତିବିଧି ଉପରେ ନଜର ରଖିଥିଲା। ଗତକାଲି ଅଭିଯୁକ୍ତମାନେ ଗୋଟିଏ ସ୍ଥାନରେ ଏକାଠି ହୋଇଥିବା ବେଳେ ପୋଲିସ ସେମାନଙ୍କୁ ଥାନାକୁ ସନ୍ଦେହରେ ନେଇ ପଚରାଉଚରା କରିବା ପରେ ଚୋରି ସମ୍ପର୍କରେ ଜାଣିବାକୁ ପାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri