ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର ମଦର୍‌ ବୋର୍ଡ, ୫ଟି ଟାବଲେଟ, ନକଲି ଗହଣା ଏବଂ ୧୦ ହଜାର ଟଙ୍କା ଜବତ କରାଯାଇଛି। ଗିରଫ ସମସ୍ତ ଅଭିଯୁକ୍ତଙ୍କ ଘର ପଶ୍ଚିମବଙ୍ଗରେ।

ଏନେଇ ଶନିବାର ଖରାବେଳେ ଭଞ୍ଜନଗର ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏଏସ୍‌ପି ରଞ୍ଜନ କୁମାର ଦେ ତାହା ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନଙ୍କୁ ଏହାପରେ କୋର୍ଟ ଚାଲାଣ କରାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର କହିଥିଲେ ଯେ, ଏହି ଅଭିଯୁକ୍ତମାନଙ୍କର ବିଦେଶ ଲିଙ୍କ୍‌ ଅଛି କି ନାହିଁ ତାହାର ଖୋଳତାଡ଼ ହେବ। ଏଥିସହ ଭଙ୍ଗା ମୋବାଇଲ କାହାକୁ ବିକ୍ରି କରନ୍ତୁ ନାହିଁ। ମୋବାଇଲ ଖରାପ ହୋଇଗଲେ ତାହାକୁ ନଷ୍ଟ କରିଦିଅନ୍ତୁ। ବୁଲା ବ୍ୟବସାୟୀକୁ ବିକ୍ରି କରନ୍ତୁ ନାହିଁ। ସେମାନେ ତାହାକୁ ନେଇ କୌଣସି ବେନିୟମ କାର୍ଯ୍ୟରେ ଲଗାଇବା ସମ୍ଭାବନା ଅଛି। ତେଣୁ ତାହାର ତଦନ୍ତ କରାଯିବ ବୋଲି ଏସ୍‌ଡିପିଓ କହିଥିଲେ। ଅଭିଯୁକ୍ତମାନେ ଜବତ ହୋଇଥିବା ମୋବାଇଲର
କାଗଜପତ୍ର ଦେଖାଇ ପାରି ନ ଥିଲେ। ତେଣୁ ପୋଲିସ ସେମାନଙ୍କୁ ଚୋରି ମାମଲାରେ ଗିରଫ କରିଛି।

ଖବରଦାତା ସମ୍ମିଳନୀରେ ଆଇଆଇସି ଜୀବନାନନ୍ଦ ଜେନା, ଏସ୍‌ଆଇ ସମୀର କୁମାର ସେଠୀ, ଲକ୍ଷ୍ମୀଧର ମହାନ୍ତି, ଲିପିନା ବିଶ୍ୱାଳ,ଜ୍ୟୋତ୍ସ୍ନାମୟୀ ସାହୁ, ଏଏସ୍‌ଆଇ ବିଦେଶୀ ବେହେରା, ସତ୍ୟନାରାୟଣ ମଲ୍ଲିକ, ରୁଦ୍ର ପ୍ରସାଦ କହର, କନଷ୍ଟେବଳ ସନ୍ତୋଷ କୁମାର ନାୟକ, ଅମିତ୍‌ କୁମାର ବିଶ୍ବାଳ, ନରେଶ ଶବର, ଗୃହରକ୍ଷୀ ଗଜେନ୍ଦ୍ର ସାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଜବତ ହୋଇଥିବା ମୋବାଇଲଗୁଡ଼ିକୁ ଆଗାମୀ ଦିନରେ ତାହାର ଅସଲ ମାଲିକମାନଙ୍କୁ ଫେରାଇବା ପାଇଁ ଥାନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଭଞ୍ଜନଗର ଥାନାରେ ୯୨/୨୬ ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। ଗିରଫ ଅଭିଯୁକ୍ତମାନେ ସାଇକେଲ ଏବଂ ବାଇକରେ ଏଠାରେ ବୁଲି ବୁଲିବ୍ୟବସାୟ କରନ୍ତି। ସେମାନଙ୍କର ଚାଲି ଚଳଣିକୁ ନେଇ ବିଭିନ୍ନ ଆଡୁ ଅଭିଯୋଗ ହୋଇଥିଲା। ଏହାପରେ ପୋଲିସ ସେମାନଙ୍କ ଗତିବିଧି ଉପରେ ନଜର ରଖିଥିଲା। ଗତକାଲି ଅଭିଯୁକ୍ତମାନେ ଗୋଟିଏ ସ୍ଥାନରେ ଏକାଠି ହୋଇଥିବା ବେଳେ ପୋଲିସ ସେମାନଙ୍କୁ ଥାନାକୁ ସନ୍ଦେହରେ ନେଇ ପଚରାଉଚରା କରିବା ପରେ ଚୋରି ସମ୍ପର୍କରେ ଜାଣିବାକୁ ପାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?