ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ସମାପଲ୍ଲୀ ଗ୍ରାମର ତମାଳ ନାୟକ। ତାଙ୍କୁ ସାରେ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମାଞ୍ଜୁର ହେବାରୁ ଭଞ୍ଜନଗର ଜେଲ ହାଜତକୁ ପଠାଇ ଦିଆଯାଇଛି। ଢୁଢ଼ୁଆ, ଲାଲସିଂ,ବାଉଁଶଲୁଣ୍ଡିର ୫ ମହିଳାଙ୍କ ପାଖରେ ବନ୍ଧକ ଥିବା ନକଲି ସୁନାମାଳ ଜବତ ହୋଇଛି।

କିଛିମାସ ପୂର୍ବେ ତମାଳ ଢୁଢ଼ୁଆ ଗ୍ରାମକୁ ଆସି ଆଶା କର୍ମୀ କାଳିଆ ସେଠୀଙ୍କୁ ଏକ ସୁନାମାଳ ଦେଇ ତାହାକୁ ବନ୍ଧା ରଖି କିଛି ଟଙ୍କା ଦେବାକୁ କହିଥିଲେ। ଝିଅପୁଅଙ୍କ ଦେହ ଭଲ ନାହିଁ କହି ଟଙ୍କା ମାଗିଥିବାରୁ କାଳିଆ ମାଳ ରଖି ତାଙ୍କୁ ୧୫ ହଜାର ଟଙ୍କା ଦେଇଥିଲେ। ଏହାପରେ ଏବଂ ପୂର୍ବରୁ ତମାଳ ଆଉ ୪ ଜଣଙ୍କୁ ମଧ୍ୟ ନକଲି ସୁନା ମାଳି ଦେଇ ଟଙ୍କା ଠକି ନେଇଥିଲେ। କିଛିଦିନ ପରେ ସେ ଗ୍ରାମକୁ ଆଉ ଆସି ନ ଥିଲେ। କାଳିଆ ସନ୍ଦେହରେ ସୁନାମାଳଟିକୁ ଯାଞ୍ଚ କରିବା ପରେ ତାହା ନକଲି ବୋଲି ଜଣାପଡ଼ିଥିଲା। ଏ ନେଇ ଦେଇ ସେ ଗତ ୧୨ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ କରି ତମାଳଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ଆଉ କିଏ ସମ୍ପୃକ୍ତ ଥିବା ଆଶଙ୍କା କରି ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri