ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବାରେ ପୋଲିସର ମୁଖ୍ୟ ଭୂମିକା ରହିଛି। ତେଣୁ ପୋଲିସ ବର୍ତ୍ତମାନଠାରୁ ବିଭିନ୍ନ ବେନିୟମ କାର୍ଯ୍ୟ ଉପରେ ଚଢ଼ାଉ ଜୋରଦାର୍‌ କରିଦେଇଛି। ଗତ ୧୫ ତାରିଖ ରାତିରେ ଏସ୍‌ଆଇ ସମୀର ସେଠୀ ଏବଂ ଅନ୍ୟ ପୋଲିସ କର୍ମଚାରୀ ପାଟ୍ରୋଲିଂ କରୁଥିବା ସମୟରେ ଭଞ୍ଜନଗର ଶଙ୍ଖ ସାହିର ଏକ ଘରେ ସେକ୍ସ ରାକେଟ ଚାଲିଥିବା ସୂଚନା ମିଳିଥିଲା। ଏହାପରେ ଥାନାଧିକାରୀ ଜୀବନାନନ୍ଦ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଉକ୍ତ ଘର ଉପରେ ଚଢ଼ାଉ କରି ଜଣେ ମଧ୍ୟସ୍ଥି ଓ ୪ ଜଣ ଗ୍ରାହକଙ୍କୁ ଗିରଫ କରାଯାଇଥିଲା। ଏହି ସମୟରେ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମହାର ଥିଲେ।

ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତ ଅମର ଓରଫ ଗୀତା ନାୟକ ଅନ୍ୟାନ୍ୟ ଅଞ୍ଚଳରୁ ଯୁବତୀମାନଙ୍କୁ ଆଣି ଅର୍ଥ ଲାଭ ପାଇଁ ଏହି ଅବୈଧ କାର୍ଯ୍ୟରେ ଲିପ୍ତ ଥିଲେ। ଏହି ଘଟଣାରେ ପୋଲିସ ମୋଟ୍‌ ୫ ଜଣଙ୍କୁ ଗିରଫ କରିବା ସହ ଅବ୍ୟବହୃତ କଣ୍ଡୋମ, ମଦ ବୋତଲ ଏବଂ ୫ଟି ମୋବାଇଲ ଜବତ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଏନେଇ ଭଞ୍ଜନଗର ଥାନାରେ ୩୨୬/୨୬ ରେ ଏକ ମାମଲା ରୁଜୁ ହୋଇଛି ବୋଲି ଥାନା ଅଧିକାରୀ ଜୀବନାନନ୍ଦ ଜେନା ଏକ ପ୍ରେସ୍‌ ବିବୃତ୍ତିରେ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି

ଭୁବନେଶ୍ୱର, ୩।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି…

ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର

ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା…

ଟିପିସିଓଡିଏଲ୍‌ର ନୂଆ ସିଇଓ ଗଜାନନ ଏସ୍‌.କାଲେ

ଭୁବନେଶ୍ୱର, ୩ା୬: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂଆ ସିଇଓ ଭାବେ ଗଜାନନ…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri