ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ ପାରମ୍ପରିକ ନୃତ୍ୟରେ ପ୍ରକମ୍ପିତ ହୋଇପଡ଼ିଥିଲା ସହର। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ଏବଂ ସ୍ୱେଚ୍ଛାସେବୀ ନିୟୋଜିତ ହୋଇଥିଲେ।

ସୂଚନା ଯୋଗ୍ୟ, ପ୍ରତି ୩ ବର୍ଷକୁ ଥରେ ଭଞ୍ଜନଗର ଯାତ୍ରା ହୋଇଥାଏ। ରବିବାର ସକାଳେ କୁଲାଡ ବ୍ୟଘ୍ରଦେବିଙ୍କୁ ଯାତ୍ରା କମିଟି ପକ୍ଷରୁ ଆବାହନ କରାଯାଇଥିଲା । ପୂଜାର୍ଚ୍ଚନା ପରେ ଦେବୀଙ୍କୁ କୁଲାଡ ଗ୍ରାମ ପରିକ୍ରମା କରାଯାଇଥିଲା। ପରେ ଉପର ବାଗଦେବୀ ମନ୍ଦିରରୁ ଶୁସଜ୍ଜିତ ହୋଇଥିବା ଶଗଡ଼ରେ ଦେବୀଙ୍କୁ ବସାଇ ଭଞ୍ଜନଗର କୟାଁ ବାଗଦେବୀ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରାରେ ଅଣାଯାଇଥିଲା। ବାଟରେ ହଜାର ହଜାର ଶ୍ରଦ୍ଧାଳୁ ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ରାତି ୭ ଟାରେ ଦେବୀ କୟାଁ ବାଗଦେବୀ ମନ୍ଦିରଠାରେ ପହଞ୍ଚି ବିଶ୍ରାମ ନେଇଥିଲେ।

ମନ୍ଦିରରେ ଦେବୀଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ଦେବୀ ଅସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଥିଲେ। ଉପ ଜିଲାପାଳ ଉମା ଶଙ୍କର ବେହେରା ଦେବୀଙ୍କ ପ୍ରତିମାକୁ ଧରି ଚାଲି ଚାଲି ଏକ ବିରାଟ ଶୋଭାଯାତ୍ରାରେ ଅସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଥିଲେ।ବିଳମ୍ୱିତ ରାତିରେ ଦେବୀ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ବିଶ୍ରାମ ନେବେ। ପରେ ଠାକୁରାଣୀଙ୍କୁ ଆବାହନ କରି ଅଣାଯିବ। ଦେବୀଙ୍କ ଆଗମନ ସମୟରେ ଯାତ୍ରା କମିଟି ମୁଖ୍ୟ ଉପଦେଷ୍ଟା ତଥା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଗଞ୍ଜାମ ଜିଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ନୀଳମାଧବ ପାତ୍ର, ଯାତ୍ରା କମିଟି ସଭାପତି ରାଜେନ୍ଦ୍ର ବିଷୋୟୀ, କାର୍ଯ୍ୟକାରୀ ସଭାପତି ବିଷ୍ଟୁ ପ୍ରସାଦ ପ୍ରଧାନ, ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର, ଥାନା ଅଧିକାରୀ ଜୀବନାନନ୍ଦ ଜେନା, ସମ୍ପାଦକ ସୁଧିର ରଞ୍ଜନ ବେହେରା, ସୁଶାନ୍ତ ମହାପାତ୍ର, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା, ଉପସଭାପତି ବିନୟ କୁମାର ରଥ, ମୁରଲୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଯାତ୍ରାକୁ ସଫଳ କରିବାରେ ସହଯୋଗ କରୁଛନ୍ତି।

ଏପରିକି ମଙ୍ଗଳବାର ଦେବୀଙ୍କ ନଗର ପରିକ୍ରମା କାର୍ଯ୍ୟକ୍ରମ ରହିଛି। ଦେବୀ ପ୍ରଥମ ଦିନ ପୁରୁଣା ବଜାର ସାହି ଦେଶୀ ବେହେରାଙ୍କ ବାସଭବନ ଅଭିମୁଖେ ଯିବେ। ଯାତ୍ରା ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୈନନ୍ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। ଯାତ୍ରାର ବିଭିନ୍ନ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟର ଜଣାଶୁଣା ନେତା, ଅଧିକାରୀ ଯୋଗଦେଇ ଦେବୀଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ପୂର୍ୱ ବର୍ଷ ଅପେକ୍ଷା ଚଳିତ ବର୍ଷ ଯାତ୍ରା ଅଧିକ ଆକର୍ଷଣୀୟ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?