ଆଧ୍ୟାତ୍ମିକ ପରିବେଶରେ ଚାଲିଛି ଭଞ୍ଜନଗର ଠାକୁରାଣୀ ଯାତ୍ରା, ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ

ଭଞ୍ଜନଗର,୯ ।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଅସମ୍ଭାଳ ଭିଡ ହେଉଛି ଦେବୀଙ୍କ ଦର୍ଶନ ପାଇଁ। ଶନିବାର ଦେବୀଙ୍କ ଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ ସମେତ ମୀନାବଜାରର ମଜା ନେବାପାଇଁ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିଲା। ଭିଡ଼କୁ ଦେଖି ପୋଲିସ ପକ୍ଷର ମଧ୍ୟ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଶନିବାର ରାତି ୮ ଟାରେ ଦେବୀ ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ହୋଇ ବାହାରିବା ପରେ ଟାଉନ୍ ହଲ୍ ଛକ ପର୍ଯ୍ୟନ୍ତ ଯାଇଥିଲେ। ସେଠାରୁ ପଶ୍ଚିମ ମୁଖା ହୋଇ ପୂରୁଣା ବଜାର ସାହି ଛକ ପର୍ଯ୍ୟନ୍ତ ଆସିଥିଲେ। ସେଠାରୁ ସୁବୁଦ୍ଧି ସାହି, ବାଟାଗଳି, ଚିରଞ୍ଜିବୀ ପଟ୍ଟନାୟକ ସାହି, ତେଲି ସାହି, ରଥ ସାହି, ଭଞ୍ଜ ମାର୍ଗ ହୋଇ ମୁଖ୍ୟ ସଡ଼କକୁ ଦେବୀ ବାହାରିଥିଲେ। ଏହାପରେ ପଶ୍ଚିମ ମୁଖା ହୋଇ ଦେବୀ ବିଳମ୍ବିତ ରାତିରେ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ଵିଶ୍ରାମ ନେଇଥିଲେ । ଏହି ସମୟରେ ପାରମ୍ପରିକ ନୃତ୍ୟ ମଧ୍ୟରେ ଦେବୀଙ୍କ ନଗର ଭ୍ରମଣ ହୋଇଥିଲା। ଅପରପକ୍ଷେ ଆଜି ରାତିରେ କବି ସମ୍ରାଟ ରଙ୍ଗମଞ୍ଚ ରେ ବର୍ଣାଳୀ ହୋତା ଏବଂ ତାଙ୍କ ଟିମ୍ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ରବିବାର ଦେବୀଙ୍କ ନଗର ଭ୍ରମଣ ରେଡକ୍ରସ ରୋଡ, ଉପ ଜିଲ୍ଲାପାଳ ବାସଭବନ ହୋଇ ମୁଖ୍ୟ ସଡକ ପର୍ଯ୍ୟନ୍ତ ଅଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri