ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ସହରର ସୌନ୍ଦର୍ଯ୍ୟକରଣ ସମେତ ଅନ୍ୟାନ୍ୟ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ସହରର ପ୍ରମୁଖ ରାସ୍ତା ଗୁଡ଼ିକର ଅପରିଷ୍କାର ଅବସ୍ଥାରେ ଥିବା ପାଚେରୀ ଗୁଡିକୁ ସୌନ୍ଦର୍ଯ୍ୟକରଣ କରାଯାଉଛି । ମୁଖ୍ୟ ରାସ୍ତା ଉପରେ ଝୋଟି ସମେତ ବିଭିନ୍ନ ଚିତ୍ର ଆଙ୍କିବା ପ୍ରକ୍ରିୟା ଆରମ୍ଭ ହୋଇଛି।

ଯାତ୍ରା ୨୬ ତାରିଖରୁ ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ଭଞ୍ଜନଗର ଏଲଆଇସି କଲୋନୀ ଛକରେ ହାତିବନ୍ଧ ପୋଖରୀର କିଛି ଅଂଶକୁ ପୋତି ନୂତନ୍ ଭାବେ ନିର୍ମାଣ ହୋଇଥିବା ପାର୍କ ତାହାକୁ ଖୁବଶୀଘ୍ର ଉଦଘାଟନ କରିବା ଯୋଜନା ଅଛି। ତେଣୁ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ଏବାବଦରେ ପ୍ରାୟ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଛି । ଶିଶୁମାନେ ଖେଳିବା ପାଇଁ ଇଣ୍ଡୋର ଗ୍ୟାମ ସହ ଅନେକ ସୁଵିଧା ଅଛି । ଯୁବପିଢ଼ି ଏବଂ ବୟସ୍କ ଲୋକଙ୍କ ମନୋରଞ୍ଜନ ପାଇଁ ମଧ୍ଯ ଅନ୍ୟାନ୍ୟ ସୁବିଧା ଅଛି ।

ସହର ମଧ୍ୟରେ ପାର୍କ ନଥିଲା। ପାର୍କ ଖୋଲିଲେ ସହରବାସୀ ତାହାର ମଜା ଉଠାଇବେ । ଏଥିସହ ଆଗାମୀ ଦିନରେ ଏଆଇ ଲେଜର ସୋ, ଅତ୍ୟାଧୁନିକ ମ୍ୟୁଜିକ୍ ଫାଉଣ୍ଟେନ ଲାଗିବ । ଏ ବାବଦରେ ମଧ୍ଯ କୋଟି କୋଟି ଟଙ୍କା ବ୍ୟୟ ହେବ। ଏନେଇ ପୂର୍ବରୁ ହୋଇଥିବା ଟେଣ୍ଡରକୁ ତେଣୁ ବାତିଲ କରି ଦିଆଯାଇଛି। ଏଥିସହ ପାନୀୟଜଳ, ବିଦ୍ୟୁତ୍, ରାସ୍ତା ମରାମତି ସମେତ ଅନ୍ୟାନ୍ୟ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ଅପରପକ୍ଷେ ଦେବୀଙ୍କ ଆଗମନ ପୂର୍ବରୁ ଅସ୍ଥାୟୀ ମଣ୍ଡପ ମୁଖ୍ୟ ସଡ଼କରେ ନିର୍ମାଣ ଚାଲିଛି । ଯାତ୍ରା କମିଟି କର୍ମକର୍ତ୍ତା ନିୟମିତ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରୁଛନ୍ତି । ଏନେଇ ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡାଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ ଯାତ୍ରା ସମୟରେ ଲୋକଙ୍କ ସୁଵିଧା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଆଗାମି ଦିନରେ ହାତିବନ୍ଧ ପାର୍କ ଉଦଘାଟନ ହେବ । ତେଣୁ କାମ ଦ୍ରୁତ ଗତିରେ ଚାଲିଛି ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri