ଆଜିଠୁ ଭଞ୍ଜନଗର ଓ୍ବାଟର ପାର୍କ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ଭଞ୍ଜନଗର,୨୫ା୭(ବାବୁଲା ପ୍ରଧାନ): ରାଜ୍ୟର ଏକମାତ୍ର ସରକାରୀ ଓ୍ବାଟର ପାର୍କ ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧୀନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ଅଛି। ଆଜକୁ କିଛିଦିନ ହେବ ଭଞ୍ଜନଗର ଅଞ୍ଚଳରେ ବର୍ଷା ଯୋଗୁ ଓ୍ବାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ବହୁତ ହ୍ରାସ ପାଇଛି। ଫଳରେ ପାର୍କ କ୍ଷତି ସହୁଛି। ତେଣୁ ପାର୍କ କର୍ତ୍ତୃପକ୍ଷ ଶୁକ୍ରବାରଠାରୁ ଓ୍ବାଟର ପାର୍କ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖିଛନ୍ତି। ଦଶହରା ପୂର୍ବରୁ ପାଗ ଭଲଥିବ। ଉକ୍ତ ସମୟରେ ଓ୍ବାଟର ପାର୍କ ଖୋଲିଲେ ପର୍ଯ୍ୟଟକମାନେ ମନୋରଞ୍ଜନ ପାଇଁ ଆସିବେ। ତେଣୁ ଦଶହରା ପୂଜା ସମୟରେ ଓ୍ବାଟର ପାର୍କ ଖୋଲିବା ଲକ୍ଷ୍ୟ ବିଭାଗ ପକ୍ଷରୁ ରଖାଯାଇଛି। ବର୍ତ୍ତମାନ ଦିନକୁ ୨ଶହ ପର୍ଯ୍ୟଟକ ହିଁ ଓ୍ବାଟର ପାର୍କକୁ ମନୋରଞ୍ଜନ ପାଇଁ ଯିବାର ବ୍ୟବସ୍ଥା ଅଛି। କିନ୍ତୁ ବର୍ଷା ଋତୁ ପୂର୍ବରୁ ଓ୍ବାଟର ପାର୍କରେ ପ୍ରବଳ ଭିଡ଼ ହେଉଥିଲା। ଦଶହରା ସମୟରେ ପାର୍କ ଖୋଲିଲେ ପ୍ରବଳ ଭିଡ଼ ହେବ। ତେଣୁ ୨ଶହ ବଦଳରେ ୪ଶହ ପର୍ଯ୍ୟଟକ ଓ୍ବାଟର ପାର୍କକୁ ଗଲାଭଳି ବ୍ୟବସ୍ଥା କରାଯିବାକୁ ଦାବି ହୋଇଛି। ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହୋଇଛି। ଏନେଇ ଓ୍ବାଟର ପାର୍କ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ପ୍ରହଲ୍ଲାଦ ପଣ୍ଡାଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ବର୍ତ୍ତମାନ ବର୍ଷା ପାଇଁ ପର୍ଯ୍ୟଟକ ଆସୁନାହାନ୍ତି। ବର୍ଷା ଛାଡ଼ିବା ପରେ ଦଶହରା ପୂର୍ବରୁ ପାର୍କ ଖୋଲାଯିବ। ଅଧିକ ଲୋକ ଯେଭଳି ଓ୍ବାଟର ପାର୍କରେ ମନୋରଞ୍ଜନ କରିପାରିବେ ସେନେଇ ଆଗାମୀ ଦିନରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri