୪ରେ ଖୋଲିବ ଭଞ୍ଜନଗର ଓ୍ବାଟର ପାର୍କ

ଭଞ୍ଜନଗର,୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ୱାଟର ପାର୍କ ସମ୍ପ୍ରସାରିତ ହେବା ପରେ ତାହା ଆସନ୍ତା ୪ ତାରିଖରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏପରିକି ଫୁଡ କୋର୍ଟର ମଧ୍ୟ ଉଦ୍‌ଘାଟିତ ହେବ। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଭଞ୍ଜନଗର ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ।

କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନା ଯୋଗ୍ୟ, ୨୦୨୪ ଜାନୁୟାରୀ ୨୬ ତାରିଖରେ ରାଜ୍ୟର ପ୍ରଥମ ସରକାରୀ ୱାଟର ପାର୍କ ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ଉଦଘାଟିତ ହୋଇଥିଲା।

ତତ୍କାଳୀନ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ତାହାକୁ ଉଦ୍‌ଘାଟନ କରିଥିଲେ। ପାର୍କରେ ମନୋରଞ୍ଜନ କରିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଦୈନନ୍ଦିନ ହଜାର ହଜାର ପର୍ଯ୍ୟଟକ ଆସୁଥିଲେ। କିନ୍ତୁ ଧାର୍ଯ୍ୟ ପର୍ଯ୍ୟଟକଙ୍କ ଠାରୁ
ଅଧିକ ପର୍ଯ୍ୟଟକ ଆସୁଥିବା ବେଳେ ବିଭିନ୍ନ ସମୟରେ ଟିକେଟ ମିଳୁ ନ ଥିଲା। ତେଣୁ ଅନେକ ପର୍ଯ୍ୟଟକ ୱାଟର ପାର୍କରେ ମନୋରଞ୍ଜନ କରି ନ ପାରି ଫେରିଯାଉଥିଲେ। ହେଲେ କିଛି ମାସ ଚାଲିବା ପରେ ହଠାତ୍‌ ପରିଚାଳନାଗତ ତ୍ରୁଟି ଯୋଗୁ ଜୁନରେ ଏହା ବନ୍ଦ ହୋଇଯାଇଥିଲା । ଜଳସମ୍ପଦ ବିଭାଗ ଅଧୀନରେ ପାର୍କ ଚାଲୁଥିଲେ ମଧ୍ୟ ପାର୍କ ବନ୍ଦ ହେବାପରେ ତାହା ପୁଣି ଖୋଲିବା ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଆଉ ଦୃଷ୍ଟି ଦେଇ ନ ଥିଲେ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା।

ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପାର୍କ କିଭଳି ପୁଣି ସର୍ବସାଧାରଣଙ୍କ ପାଇଁ ଖୋଲିବ ସେନେଇ ପଦକ୍ଷେପ ନେଇଥିଲେ। ଏପରିକି ପାର୍କର ଆଧୁନିକୀକରଣ ମଧ୍ୟ କରାଯାଇଛି। ପାର୍କ ଖୋଲିଲେ ପର୍ଯ୍ୟଟକମାନେ ପୁଣି ଆଗାମୀ ଦିନରେ ମଜା ନେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri