୪ରେ ଖୋଲିବ ଭଞ୍ଜନଗର ଓ୍ବାଟର ପାର୍କ

ଭଞ୍ଜନଗର,୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ୱାଟର ପାର୍କ ସମ୍ପ୍ରସାରିତ ହେବା ପରେ ତାହା ଆସନ୍ତା ୪ ତାରିଖରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏପରିକି ଫୁଡ କୋର୍ଟର ମଧ୍ୟ ଉଦ୍‌ଘାଟିତ ହେବ। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଭଞ୍ଜନଗର ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ।

କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନା ଯୋଗ୍ୟ, ୨୦୨୪ ଜାନୁୟାରୀ ୨୬ ତାରିଖରେ ରାଜ୍ୟର ପ୍ରଥମ ସରକାରୀ ୱାଟର ପାର୍କ ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ଉଦଘାଟିତ ହୋଇଥିଲା।

ତତ୍କାଳୀନ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ତାହାକୁ ଉଦ୍‌ଘାଟନ କରିଥିଲେ। ପାର୍କରେ ମନୋରଞ୍ଜନ କରିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଦୈନନ୍ଦିନ ହଜାର ହଜାର ପର୍ଯ୍ୟଟକ ଆସୁଥିଲେ। କିନ୍ତୁ ଧାର୍ଯ୍ୟ ପର୍ଯ୍ୟଟକଙ୍କ ଠାରୁ
ଅଧିକ ପର୍ଯ୍ୟଟକ ଆସୁଥିବା ବେଳେ ବିଭିନ୍ନ ସମୟରେ ଟିକେଟ ମିଳୁ ନ ଥିଲା। ତେଣୁ ଅନେକ ପର୍ଯ୍ୟଟକ ୱାଟର ପାର୍କରେ ମନୋରଞ୍ଜନ କରି ନ ପାରି ଫେରିଯାଉଥିଲେ। ହେଲେ କିଛି ମାସ ଚାଲିବା ପରେ ହଠାତ୍‌ ପରିଚାଳନାଗତ ତ୍ରୁଟି ଯୋଗୁ ଜୁନରେ ଏହା ବନ୍ଦ ହୋଇଯାଇଥିଲା । ଜଳସମ୍ପଦ ବିଭାଗ ଅଧୀନରେ ପାର୍କ ଚାଲୁଥିଲେ ମଧ୍ୟ ପାର୍କ ବନ୍ଦ ହେବାପରେ ତାହା ପୁଣି ଖୋଲିବା ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଆଉ ଦୃଷ୍ଟି ଦେଇ ନ ଥିଲେ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା।

ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପାର୍କ କିଭଳି ପୁଣି ସର୍ବସାଧାରଣଙ୍କ ପାଇଁ ଖୋଲିବ ସେନେଇ ପଦକ୍ଷେପ ନେଇଥିଲେ। ଏପରିକି ପାର୍କର ଆଧୁନିକୀକରଣ ମଧ୍ୟ କରାଯାଇଛି। ପାର୍କ ଖୋଲିଲେ ପର୍ଯ୍ୟଟକମାନେ ପୁଣି ଆଗାମୀ ଦିନରେ ମଜା ନେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?