ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌ ରହିବ। ରାଜ୍ୟ ସରକାର ଏବଂ କଳିଙ୍ଗ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍ସ)ର ମିଳିତ ସହଯୋଗରେ ଏହା ହେବ। ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ କନ୍ଧମାଳ ଏମ୍‌ପି ତଥା କିମ୍ସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ସମେତ କିମ୍ସର ବିଶେଷଜ୍ଞ ଟିମ୍‌ ବୁଧବାର ପ୍ରସ୍ତାବିତ କୋଭିଡ୍‌ ହସ୍‌ପିଟାଲ ଭିତ୍ତିଭୂମି ଦେଖିବା ପାଇଁ କେଏସ୍‌ୟୂବି କଲେଜରେ ପହଞ୍ଚତ୍ଥିଲେ। ଏହା କୋଭିଡ୍‌ ହସ୍‌ପିଟାଲ ପାଇଁ ଉପଯୁକ୍ତ ସ୍ଥାନ ହେବ ବୋଲି ମନ୍ତ୍ରୀ ଆରୁଖ କହିଥିଲେ। ଟିମ୍‌ ଗସ୍ତ ସମୟରେ ସ୍ବତନ୍ତ୍ର ଏଡିଏମ୍‌ ବିଶାଲ ସିଂ, ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଡିଓ ଅନିଲ କୁମାର ସେଠୀ, ମେଡିକାଲ ଅଧିକ୍ଷକ ଡ. ସୀତାଶୁଂ ଶତପଥୀ, କେଏସ୍‌ୟୂବି କଲେଜ ଅଧ୍ୟକ୍ଷ ଡ. ନୀଳାଞ୍ଚଳ ମୁନି, ବ୍ଲକ ଯନ୍ତ୍ରୀ ପ୍ରସନ୍ନ କୁମାର ସାହୁ, ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri