ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।
ଭୁବନେଶ୍ୱରସ୍ଥିତ ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନଂ-୩ରେ ଜୁଲାଇ ୩୧ରୁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଦୁଇଦିନ ଧରି ରାଷ୍ଟ୍ରୀୟ ଏକତା ପର୍ବ ଅବସରରେ ରାଜ୍ୟସ୍ତରୀୟ କଳା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅଭିଲିପ୍ସା ଅଂଶଗ୍ରହଣ କରି ସଙ୍ଗୀତ ବିଭାଗରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ଏହି ସଫଳତା ଫଳରେ ଅଭିଲିପ୍ସା କେନ୍ଦ୍ରୀୟ ବିଦ୍ୟାଳୟର ପୂର୍ବ ଭାରତ ଜୋନାଲ ସ୍ତରୀୟ ପ୍ରତିଯୋଗିତା ପାଇଁ ଚୟନ ହୋଇଛନ୍ତି । ଜୋନାଲ ସ୍ତରରେ ମଧ୍ୟ ପ୍ରଥମ ସ୍ଥାନ ହାସଲ କରିପାରିଲେ ସେ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣର ସୁଯୋଗ ପାଇବେ।
ଅଭିଲିପ୍ସାଙ୍କ ଏହି ଉଲ୍ଲେଖନୀୟ ସଫଳତାରେ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁ ଖୁସି ବ୍ୟକ୍ତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ସୂଚନାଯୋଗ୍ୟ, ବିଦ୍ୟାଳୟର ସଙ୍ଗୀତ ଶିକ୍ଷକ ଅନୁପ କୁମାର ସିଂଙ୍କ ନେତୃତ୍ୱରେ ବିଦ୍ୟାଳୟର ଦୁଇଟି ଦଳ ଭୁବନେଶ୍ୱର ଯାଇଥିଲେ । ସେଥିମଧ୍ୟରୁ ଅଭିଲିପ୍ସାଙ୍କ ଏହି ସଫଳତା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri