ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି । ପ୍ରଥମ ଅଧିବେଶନରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ସେ କହିଥିଲେ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟ, କବିତା ବିଶ୍ୱ ପ୍ରସିଦ୍ଧ। ଏହିଭଳି ଜଣେ ବିଶ୍ବ ପ୍ରସିଦ୍ଧ ମହାନ କବିଙ୍କ ପାଇଁ ଘୁମୁସର ମାଟି ଆଜି ଗର୍ବିତ। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟ କବିତାର ପ୍ରଚାର ପ୍ରସାର ପାଇଁ ପଦକ୍ଷେପ ନିଆଯାଇଛି। ଯୁବପିଢୀଙ୍କୁ ନେଇ ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ ବୋଲି ବିଧାୟକ ନାୟକ କହିଥିଲେ।

ଅନ୍ୟପକ୍ଷେ କଳା, ସାହିତ୍ୟ, ସ୍ଥାପତ୍ୟ, କ୍ରୀଡା, ନୃତ୍ୟ, ପରିବେଶ ସୁରକ୍ଷା ଉପରେ କାମ କରୁଥିବା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରୀବିଘ୍ନରାଜ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷା ଡ.ରୋଜାଲିନ ସେନାପତି ସଭାପତିତ୍ୱ କରିଥିଲେ। ଭଞ୍ଜ ସାହିତ୍ୟ ଉପରେ ଭୁବନେଶରରୁ ଆରମ୍ଭ ହୋଇଥିବା ଏହି ଆଲୋଚନାଚକ୍ର ଆଗାମୀ ଦିନରେ ସବୁ ଜିଲାରେ ହେବ ବୋଲି ଅଧ୍ୟକ୍ଷା ସେନାପତି କହିଥିଲେ।

ମୁଖ୍ୟବକ୍ତା ଭାବେ ପୂର୍ବତନ ମନ୍ତ୍ରୀ ଡ. ପ୍ରସନ୍ନ କୁମାର ପାଟ୍ଟଶାଣୀ, ସମ୍ମାନିତ ଅତିଥି ଭାବେ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଆକାଶବାଣୀ କେନ୍ଦ୍ରର ପୂର୍ବତନ ନିର୍ଦ୍ଧେଶକ ଡ. ଶାନ୍ତନୁ କୁମାର ରଥ, ଡ. ହିମାଂଶୁ ଶେଖର ଦାଶ, ଡ. ଲକ୍ଷ୍ମୀ ନାରାୟଣ ଦାଶ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଦ୍ୱିତୀୟ ଅଧିବେଶନର ଉଦ୍‌ଘାଟକ ଭାବେ ପୂର୍ବତନ ମନ୍ତ୍ରୀ ଡ. ଅରୁଣ ସାହୁ ,ମୁଖ୍ୟ ଅତିଥି ଭାବେ ରାଜନଗର ବିଧାୟକ ଧ୍ରୁବ ସାହୁ, ମୁଖ୍ୟବକ୍ତା ଭାବେ ବିଡ଼ିପୁର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ୟାମାପ୍ରସାଦ ମିଶ୍ର, ସମ୍ମାନିତ ଅତିଥି ଭାବେ ରଞ୍ଜିତ ପ୍ରଧାନ ଯୋଗଦେଇ ନିଜ ବକ୍ତବ୍ୟ ରଖିଥିଲେ। ସଭାପତି ରଞ୍ଜିତ ପ୍ରଧାନ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri