ଭଞ୍ଜନଗର ଝିଅ ମଣିପୁର ଏସ୍‌ପି: ଚାରିଆଡୁ ଶୁଭେଚ୍ଛା

ଭଞ୍ଜନଗର,୨୬ା୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ବାସିନ୍ଦା କୃଷ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ବବିତାରାଣୀ ସ୍ବାଇଁ ମଣିପୁରର ଚାଣ୍ଡେଲ ଏସ୍‌୍‌ପି ଭାବେ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଖବର ଜଣାପଡିବା ପରେ ଭଞ୍ଜନଗର ବାସିନ୍ଦା ଖୁସିବ୍ୟକ୍ତ କରିଛନ୍ତି । ବବିତା ହେଉଛନ୍ତି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପୂର୍ବତନ ଛାତ୍ରୀ। ତାଙ୍କ ବାପା ବନ ବିଭାଗର ଜଣେ ଅଧିକାରୀ ଥିଲେ। ୨୦୨୦ରେ ବବିତା ୟୁପିଏସସି ପରୀକ୍ଷାରେ କୃତକାର୍ଯ୍ୟ ହେବାପରେ ଆଇପିଏସ ଅଫିସର୍‌ ଭାବେ ଡେରାଡୁନରେ ତାଲିମ ନେଇଥିଲେ। ପରେ ସେ ମଣିପୁରର ଇମ୍ଫାଲ ଇଷ୍ଟରେ ଏସଡିପିଓ ଓ ପରେ ପୋରମପେଟ ଏସଡିପିଓ ଭାବେ କାର୍ଯ୍ୟରତ ଥିଲେ। ଗତ ୨୮ ତାରିଖରେ ବବିତାଙ୍କୁ ରାଜ୍ୟପାଳ ଟାମେନଗୋଲଙ୍ଗ ଏସ୍‌ପି ଭାବେ ବଦଳି କରିଥିଲେ। ସେଠାରେ ଅଳ୍ପ ଦିନ କାର୍ଯ୍ୟ କରିବା ପରେ ପୁଣି ତାଙ୍କୁ ଚାଣ୍ଡେଲ ଏସପି ଭାବେ ବଦଳି ହୋଇଥିଲା। ବବିତା ମଙ୍ଗଳବାର ତାଙ୍କର ନୂତନ କାର୍ଯ୍ୟରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri