ଭଞ୍ଜନଗର ଝିଅ ମଣିପୁର ଏସ୍‌ପି: ଚାରିଆଡୁ ଶୁଭେଚ୍ଛା

ଭଞ୍ଜନଗର,୨୬ା୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ବାସିନ୍ଦା କୃଷ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ବବିତାରାଣୀ ସ୍ବାଇଁ ମଣିପୁରର ଚାଣ୍ଡେଲ ଏସ୍‌୍‌ପି ଭାବେ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଖବର ଜଣାପଡିବା ପରେ ଭଞ୍ଜନଗର ବାସିନ୍ଦା ଖୁସିବ୍ୟକ୍ତ କରିଛନ୍ତି । ବବିତା ହେଉଛନ୍ତି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପୂର୍ବତନ ଛାତ୍ରୀ। ତାଙ୍କ ବାପା ବନ ବିଭାଗର ଜଣେ ଅଧିକାରୀ ଥିଲେ। ୨୦୨୦ରେ ବବିତା ୟୁପିଏସସି ପରୀକ୍ଷାରେ କୃତକାର୍ଯ୍ୟ ହେବାପରେ ଆଇପିଏସ ଅଫିସର୍‌ ଭାବେ ଡେରାଡୁନରେ ତାଲିମ ନେଇଥିଲେ। ପରେ ସେ ମଣିପୁରର ଇମ୍ଫାଲ ଇଷ୍ଟରେ ଏସଡିପିଓ ଓ ପରେ ପୋରମପେଟ ଏସଡିପିଓ ଭାବେ କାର୍ଯ୍ୟରତ ଥିଲେ। ଗତ ୨୮ ତାରିଖରେ ବବିତାଙ୍କୁ ରାଜ୍ୟପାଳ ଟାମେନଗୋଲଙ୍ଗ ଏସ୍‌ପି ଭାବେ ବଦଳି କରିଥିଲେ। ସେଠାରେ ଅଳ୍ପ ଦିନ କାର୍ଯ୍ୟ କରିବା ପରେ ପୁଣି ତାଙ୍କୁ ଚାଣ୍ଡେଲ ଏସପି ଭାବେ ବଦଳି ହୋଇଥିଲା। ବବିତା ମଙ୍ଗଳବାର ତାଙ୍କର ନୂତନ କାର୍ଯ୍ୟରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri