ଶୁଷ୍କ ହେଉଛି ଭଞ୍ଜନଗର ଜଳଭଣ୍ଡାର

ଭଞ୍ଜନଗର, ୨୪।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ଧୀରେ ଧୀରେ ଶୁଷ୍କ ହେବାରେ ଲାଗିଛି। ମଙ୍ଗଳବାର ସୁଧା ଜଳଭଣ୍ଡାରରେ ମାତ୍ର ୨୫ ପ୍ରତିଶତ ପାଣି ଅଛି। ଗତ ସେପ୍ଟେମ୍ବର ୧୫ରୁ ଭଞ୍ଜନଗର ଅଞ୍ଚଳରେ ଆଶାନୁରୂପକ ବର୍ଷା ହୋଇନାହିଁ। ତେଣୁ ଜଳଭଣ୍ଡାରର ଜଳସ୍ତର କମିବାରେ ଲାଗିଛି। ବର୍ଷା ନ ଥିବା ଯୋଗୁ ସହରତଳି ଲଣ୍ଡେଇସାହିର କୂଅଗୁଡିକର ଜଳସ୍ତର ବହୁତ ତଳକୁ ଚାଲିଯାଇଛି। ତେଣୁ ଆଗାମୀ ଦିନରେ ସହରକୁ ପାଣି ଯୋଗାଣ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି। ବର୍ଷା ନ ହେଲେ ରବି ଋତୁରେ ଜଳଭଣ୍ଡାରରୁ ଚାଷୀଙ୍କୁ ପାଣି ଯୋଗାଣ ସମ୍ଭବପର ହୋଇପାରିବ ନାହିଁ। ଭଞ୍ଜନଗର ଜଳଭଣ୍ଡାରରୁ ସହରକୁ ଦୈନନ୍ଦିନ ୩୫ ଲକ୍ଷ ଲିଟର ପାଣି ଯୋଗାଣ ହେଉଛି। ଅପରପକ୍ଷେ ବର୍ଷା ଅଭାବ ଯୋଗୁ ଚଳିତ ବର୍ଷ ଜଙ୍ଗଲ ପୋଡି ମଧ୍ୟ ବଢିବା ଆଶଙ୍କା ରହିଛି। ତେଣୁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ବର୍ତ୍ତମାନଠାରୁ ଜଙ୍ଗଲ ନିଆଁ ପୋଡ଼ିକୁ କିଭଳି ରୋକାଯିବ ସେନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗ୍ରାମାଞ୍ଚଳରେ ବନ ସୁରକ୍ଷା ସମିତି ମାଧ୍ୟମରେ ଲୋକଙ୍କୁ ଜଙ୍ଗଲ ନିଆଁକୁ କିଭଳି ରୋକାଯିବ ସେନେଇ ସଚେତନତା କରାଯାଉଛି। ଏନେଇ ଭଞ୍ଜନଗର ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ନିତ୍ୟାନନ୍ଦ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବର୍ଷା ନ ହେଲେ ପାନୀୟଜଳ ସମସ୍ୟା ହୋଇପାରେ। ଆଗାମୀ ପରିସ୍ଥିତିକୁ ଦେଖି ପଦକ୍ଷେପ ନିଆଯିବ। ଏନେଇ ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା
କହିଛନ୍ତି ଯେ, ଆଗକୁ ବର୍ଷା ନ ହେଲେ ଚଳିତ ବର୍ଷ ଜଙ୍ଗଲ ନିଆଁ ରୋକିବା ବିଭାଗ ପାଇଁ ଏକ ଚ୍ୟାଲେଞ୍ଜ ହେବ। ତଥାପି ବର୍ତ୍ତମାନଠାରୁ ବିଭିନ୍ନ
ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri