ଶୁଷ୍କ ହେଉଛି ଭଞ୍ଜନଗର ଜଳଭଣ୍ଡାର

ଭଞ୍ଜନଗର, ୨୪।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ଧୀରେ ଧୀରେ ଶୁଷ୍କ ହେବାରେ ଲାଗିଛି। ମଙ୍ଗଳବାର ସୁଧା ଜଳଭଣ୍ଡାରରେ ମାତ୍ର ୨୫ ପ୍ରତିଶତ ପାଣି ଅଛି। ଗତ ସେପ୍ଟେମ୍ବର ୧୫ରୁ ଭଞ୍ଜନଗର ଅଞ୍ଚଳରେ ଆଶାନୁରୂପକ ବର୍ଷା ହୋଇନାହିଁ। ତେଣୁ ଜଳଭଣ୍ଡାରର ଜଳସ୍ତର କମିବାରେ ଲାଗିଛି। ବର୍ଷା ନ ଥିବା ଯୋଗୁ ସହରତଳି ଲଣ୍ଡେଇସାହିର କୂଅଗୁଡିକର ଜଳସ୍ତର ବହୁତ ତଳକୁ ଚାଲିଯାଇଛି। ତେଣୁ ଆଗାମୀ ଦିନରେ ସହରକୁ ପାଣି ଯୋଗାଣ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି। ବର୍ଷା ନ ହେଲେ ରବି ଋତୁରେ ଜଳଭଣ୍ଡାରରୁ ଚାଷୀଙ୍କୁ ପାଣି ଯୋଗାଣ ସମ୍ଭବପର ହୋଇପାରିବ ନାହିଁ। ଭଞ୍ଜନଗର ଜଳଭଣ୍ଡାରରୁ ସହରକୁ ଦୈନନ୍ଦିନ ୩୫ ଲକ୍ଷ ଲିଟର ପାଣି ଯୋଗାଣ ହେଉଛି। ଅପରପକ୍ଷେ ବର୍ଷା ଅଭାବ ଯୋଗୁ ଚଳିତ ବର୍ଷ ଜଙ୍ଗଲ ପୋଡି ମଧ୍ୟ ବଢିବା ଆଶଙ୍କା ରହିଛି। ତେଣୁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ବର୍ତ୍ତମାନଠାରୁ ଜଙ୍ଗଲ ନିଆଁ ପୋଡ଼ିକୁ କିଭଳି ରୋକାଯିବ ସେନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗ୍ରାମାଞ୍ଚଳରେ ବନ ସୁରକ୍ଷା ସମିତି ମାଧ୍ୟମରେ ଲୋକଙ୍କୁ ଜଙ୍ଗଲ ନିଆଁକୁ କିଭଳି ରୋକାଯିବ ସେନେଇ ସଚେତନତା କରାଯାଉଛି। ଏନେଇ ଭଞ୍ଜନଗର ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ନିତ୍ୟାନନ୍ଦ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବର୍ଷା ନ ହେଲେ ପାନୀୟଜଳ ସମସ୍ୟା ହୋଇପାରେ। ଆଗାମୀ ପରିସ୍ଥିତିକୁ ଦେଖି ପଦକ୍ଷେପ ନିଆଯିବ। ଏନେଇ ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା
କହିଛନ୍ତି ଯେ, ଆଗକୁ ବର୍ଷା ନ ହେଲେ ଚଳିତ ବର୍ଷ ଜଙ୍ଗଲ ନିଆଁ ରୋକିବା ବିଭାଗ ପାଇଁ ଏକ ଚ୍ୟାଲେଞ୍ଜ ହେବ। ତଥାପି ବର୍ତ୍ତମାନଠାରୁ ବିଭିନ୍ନ
ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri