ବେନିୟମ ଗାଡ଼ି ଉପରେ ନଜର, ଭଞ୍ଜନଗର ଆରଟିଓ-ପୋଲିସ ପକ୍ଷରୁ ଚଢାଉ ଜୋରଦାର

ଭଞ୍ଜନଗର,୪।୩(ବାବୁଲା ପ୍ରଧାନ): ଭଞ୍ଜନଗର ଥାନା ଅଞ୍ଚଳରେ ଅନେକ ଗାଡ଼ି ବେନିୟମ ଭାବେ ଚାଲୁଛି। ସେଥିମଧ୍ୟରୁ କିଛି ଗାଡ଼ିର କାଗଜପତ୍ର ନାହିଁ। ଆଉ କିଛି ଗାଡ଼ି ଚାଳକ ନକଲି ନମ୍ବର ପ୍ଲେଟ ଲଗାଇ ଗାଡ଼ି ଚଳାଉଛନ୍ତି। ଏହିଭଳି ବେନିୟମ ଗାଡ଼ିକୁ ଧରିବା ପାଇଁ ଭଞ୍ଜନଗର ପୋଲିସ ଏବଂ ଭଞ୍ଜନଗର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଆଜକୁ କିଛି ଦିନ ହେବ ଚଢାଉ ଜୋରଦାର ହୋଇଛି। ଭଞ୍ଜନଗର ପୋଲିସ ବିଗତ ଏକ ସପ୍ତାହ ମଧ୍ୟରେ ଶତାଧିକ ବାଇକ, ସ୍କୁଟି ଯାଞ୍ଚ କରିଛି। ମଙ୍ଗଳବାର ଭଞ୍ଜନଗର ମୁଖ୍ୟ ସଡ଼କ ରେ ଜଣେ ବାଇକ ଚାଳକ ଦ୍ରୁତ ଗତିରେ ଯାଉଥିଲା। ପୋଲିସ ସନ୍ଦେହ କରି ଗାଡ଼ିର ପିଛା କରି ଗାଡ଼ିକୁ ଅଟକାଇବାରେ ସକ୍ଷମ ହୋଇଥିଲା।

ଏହାପରେ ଗାଡ଼ିର ନମ୍ବର ପ୍ଲେଟ ଯାଞ୍ଚ କରିବାରୁ ତାହା ନକଲି ନମ୍ବର୍‌ ଥିବା ଜଣାପଡିଥିଲା। ଏହାପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ସଂଧ୍ୟାରେ କୋର୍ଟ ଚାଲାଣ କରିଛି। ଏଥିସହ ଦ୍ରୁତ ବାଇକ ଚାଳନା, ବାଇକରେ ଦୁଇରୁ ଅଧିକ ଯାତ୍ରୀ ଯାଉଥିବା ଗାଡ଼ିକୁ ମଧ୍ୟ ଧରାଯାଉଛି। ଆଗାମୀ ଦିନରେ ଚଢାଉକୁ ଜୋରଦାର କରାଯିବ ବୋଲି ଥାନା ଅଧିକାରୀ ଜିବନାନନ୍ଦ ଜେନା ଏଠାରେ ସୂଚନା ଦେଇଛନ୍ତି। ସେହିଭଳି ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଦ୍ରୁତ ଗାଡି ଚାଳନା, ମଦୁଆ ଗାଡି ଚାଳକ, ବିନା ହେଲମେଟ ରେ ଗାଡି ଚଳାଉଥିବା ଗାଡି ଚାଳକ ଉପରେ କଡା ନଜର ରଖୁଛି। ଏଥିସହ ସମସ୍ତ ବେନିୟମ ଗାଡ଼ିକୁ ଠାବ କରି ଧରିବା ପାଇଁ ଉଦ୍ୟମ ହେଉଛି। ଯେଉଁମାନେ ସଡ଼କ ପରିବହନ ନିୟମ ଭଙ୍ଗ କରୁଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଏଠାରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri