ସରୁନି ଭାନୁଙ୍କ ସଂଘର୍ଷ

ବଇଣ୍ଡା,  ୫।୭(ପରିକ୍ଷିତ ସାହୁ) : ୧୦ ବର୍ଷ ତଳେ ସ୍ବାମୀଙ୍କ ମୃତ୍ୟୁ ପରେ ବଞ୍ଚିବା ଦୁର୍ବିଷହ ହୋଇପଡିଛି। ୨ ସନ୍ତାନଙ୍କ ଦାୟିତ୍ୱ ତୁଲାଇବାକୁ ଚେଷ୍ଟା କରି ଯେନତେନ ପେଟ ପାଇଁ ଦାନା ଗଣ୍ଡେ ଯୋଗାଡ ହେଉଛି। କିନ୍ତୁ ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡିଏ ପାଇଁ ଦୀର୍ଘ ବର୍ଷ ହେଲା ଚାଲିଥିବା ସଂଘର୍ଷ ଶେଷ ହେଉନି। ସରକାରୀ ଯୋଜନାରେ ପକ୍କାଘରଟିଏ ପାଇବାକୁ ଆବେଦନ କରିବା ସତ୍ତ୍ୱେ ଏଥିରୁ ବଞ୍ଚିତ୍ତ ହୋଇଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ବିଲେଇନାଳୀ ଗ୍ରାମର ଭାନୁ ଦେହୁରୀ (୫୨)। ପ୍ରଶାସନକୁ ଦୁଃଖ ଜଣାଇଥିଲେ ମଧ୍ୟ ତାଙ୍କ ଦୁର୍ଦ୍ଦଶା କାହାରି ଦୃଷ୍ଟିକୁ ଆସୁ ନ ଥିବା ସେ ପ୍ରକାଶ କରିଛନ୍ତି।
ଭାନୁଙ୍କ କହିବା ଅନୁଯାୟୀ, ତାଙ୍କ ଜମିରେ ଦୀର୍ଘ ବର୍ଷରୁ ଥିବା ଏକ ଚାଳିଆରେ ଗୋଟିଏ ପୁଅ ଓ ଝିଅଙ୍କୁ ନେଇ ସେ ରହୁଛନ୍ତି।

ଶେଷଥର ପାଇଁ ୨୦୧୫ରେ ମୂଲ ମଜୁରି ଲାଗି ବହୁ କଷ୍ଟରେ ଛପର କରିଥିଲେ। କିନ୍ତୁ ୫ ବର୍ଷ ହେଲା ଅର୍ଥ ଅଭାବରୁ ଆଉ ଘର ଛପର ହୋଇପାରିନାହିଁ। କାନ୍ଥଗୁଡିକ ଭାଙ୍ଗି ଯାଇଥିବାବେଳେ ଛପର ନଷ୍ଟ ହୋଇଗଲାଣି। ଖରା, ବର୍ଷାରୁ ବର୍ତ୍ତିବା ପାଇଁ ଏକ ଜରିପାଲ ଚାଳ ଉପରେ ଘୋଡାଇଥିବାବେଳେ ତାହା ମଧ୍ୟ ପବନରେ ଉଡି ଚିରି ଗଲାଣି। ବର୍ଷା ହେଲେ ଘର ଭିତରେ ପାଣି ପଶିଯାଉଥିବାରୁ ସେଠାରେ ରହିହେଉନାହିଁ। କେଉଁ ମୁହୂର୍ତ୍ତରେ କାନ୍ଥ ଭଶୁଡିପଡିବା ଆଶଙ୍କା ରହିଛି। ଏପରିସ୍ଥିତିରେ ସରକାରୀ ଯୋଜନାରେ ଘର ଖଣ୍ଡିଏ ପାଇଁ ବାରମ୍ବାର ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଜଣାଇଥିଲେ ମଧ୍ୟ କେହି ଶୁଣୁନାହାନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କାଘର ଯୋଜନାରେ ଘର ଖଣ୍ଡିଏ ସହ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଯୋଗାଇଦେବାକୁ ସେ ନିବେଦନ କରିଛନ୍ତି। ତୁରନ୍ତ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ ସରପଞ୍ଚ ନବକିଶୋର ସାହୁ କୁହନ୍ତି, ଭାନୁଙ୍କୁ କିପରି ପକ୍କାଘର ମିଳିବ ସେ ନେଇ ବ୍ଲକ ପ୍ରଶାସନକୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri