Posted inଜାତୀୟ

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଲକ୍ଷ ଲକ୍ଷ ଚାଷୀ। ଟ୍ରେନ୍‌ ରୋକିବା ସହ ଗାଡିମଟର ଯିବା ମଧ୍ୟ ବନ୍ଦ କରିଦେଇଛନ୍ତି ଚାଷୀ। ସକାଳ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଭାରତ ବନ୍ଦ ହେବ। ଏହି ବନ୍ଦ ଦ୍ୱାରା ଆମ୍ବୁଲାନ୍ସ ଓ ବିବାହ ସମାରୋହରେ ବାଧା ସୃଷ୍ଟି ହେବ ନାହିଁ। ଲୋକେ ନିଜ ନିଜର କାର୍ଡ ଦେଖାଇ ଯାଇପାରିବେ।ଅପରପକ୍ଷରେ ସରକାର ମଧ୍ୟ ଭାରତ ବନ୍ଦକୁ ନେଇ ସତର୍କ ଅଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଚାଷୀଙ୍କ ପକ୍ଷରୁ ହେଉଥିବା ଭାରତ ବନ୍ଦକୁ ଆଖି ଆଗରେ ରଖି ରାଜ୍ୟଗୁ ଆଡଭାଇଜରୀ ଜାରି କରିଛନ୍ତି। ରାଜ୍ୟ ଗଡିକୁ ସୁନିଶ୍ଚିତ କରିବେ ଯେ ଭାରତ ବନ୍ଦ ଶାନ୍ତିପୂର୍ଣ୍ଣ ଏବଂ ଏଥିରେ କୌଣସି ପ୍ରକାରର ଅପ୍ରୀତିକର ପରିସ୍ଥିତି ଯେପରି ନ ଉପୁଜିବ। ସୂଚନାଯୋଗ୍ୟ, ଭାରତ ବନ୍ଦକୁ କଂଗ୍ରେସ ସମେତ ଏକାଧିକ ପାର୍ଟି ସମର୍ଥନ କରୁଛନ୍ତି। କଂଗ୍ରେସ ବ୍ୟତୀତ ତୃଣମୂଳ କଂଗ୍ରେସ, ଶିବସେନା, ଡିଏମକେ, କମଲ ହାସନଙ୍କ ଏମଏନଏମ, ଆରଜେଡି, ସମାଜବାଦୀ ପାର୍ଟି, ଏନସିପି, ଆମ ଆଦମୀ ପାର୍ଟି, ନୂତନ ଭାବେ ନିର୍ମିତ ଜମ୍ମୁ ଓ କଶ୍ମୀରର ଗୁପକାର ପାର୍ଟି ମଧ୍ୟ ଏହି ବନ୍ଦକୁ ସମର୍ଥନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri