ବାଲେଶ୍ୱରରେ ଭାରତ ବନ୍ଦ ଡାକରା: ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଯାତ୍ରୀ ହନ୍ତସନ୍ତ

ବାଲେଶ୍ୱର,୯ା୭(ବାଞ୍ଛାନିଧି ଦେେ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ବାଲେଶ୍ୱର ସହରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୬ଟାରୁ ଟିୟୁଏସିସି ଓ ଶ୍ରମିକ ସଂଗଠନ କର୍ମକର୍ତ୍ତାମାନେ ଆନ୍ଦୋଳନ କରିବା ସହ ନାରାବାଜି କରିଛନ୍ତି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ନିଜର ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି। ୧୬ ନଂ ଜାତୀୟ ରାଜପଥରେ ଶହ ଶହ ସଂଖ୍ୟାରେ ଗାଡ଼ି ଅଟକି ରହିଛି। ଘଣ୍ଟାଏ କାଳ ଦୁଇଟି ଯାତ୍ରୀବାହୀ ଟ୍ରେନ୍‌ ଷ୍ଟେଶନରେ ଅଟକି ରହିବା ଫଳରେ ଯାତ୍ରୀମାନେ ସମସ୍ୟାରେ ସମ୍ମୁଖୀନ ହୋଇଥିଲେ। ବ୍ୟାଙ୍କ, ବିର୍ଲା ଟାୟାର୍ସ, କୋର୍ଟ ସମେତ ବିଭିନ୍ନ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଏସ୍‌ପି ରାଜପ୍ରସାଦଙ୍କ ତତ୍ତ୍ୱାବଧାନରେ ଆନ୍ଦୋଳନସ୍ଥଳରେ ବ୍ୟାପକ ପୋଲିସ ମୁତୟନ ରହିଛନ୍ତି। ଶ୍ରମିକ ନେତା ଗୌରାଙ୍ଗ ପାଣିଗ୍ରାହୀ, ପ୍ରଦୀପ୍ତ ପଣ୍ଡା, ଭାଗବତ ପ୍ରତିହାରୀ, ଆଶୁତୋଷ ପରିଡା, ପ୍ରେମରଞ୍ଜନ ପାତ୍ର, ଈଶାଣୀ ଷଡ଼ଙ୍ଗୀ ବାସନ୍ତୀ ସାମଲ ନିରାକାର ପାଣ୍ଡ, ଭରତ ସେଠୀ, ଶ୍ୟାମସୁନ୍ଦର ଜେନା, ସଞ୍ଜୀବ ଗିରି, ସ୍ବରୂପ ଦାସ, ସୁଦର୍ଶନ ଜେନା, ସୁଧାଂଶୁ ପରିଡ଼ା ପ୍ରମୁଖ ଧର୍ମଘଟରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri