ବାଲେଶ୍ୱରରେ ଭାରତ ବନ୍ଦ ଡାକରା: ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଯାତ୍ରୀ ହନ୍ତସନ୍ତ

ବାଲେଶ୍ୱର,୯ା୭(ବାଞ୍ଛାନିଧି ଦେେ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ବାଲେଶ୍ୱର ସହରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୬ଟାରୁ ଟିୟୁଏସିସି ଓ ଶ୍ରମିକ ସଂଗଠନ କର୍ମକର୍ତ୍ତାମାନେ ଆନ୍ଦୋଳନ କରିବା ସହ ନାରାବାଜି କରିଛନ୍ତି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ନିଜର ଗନ୍ତବ୍ୟସ୍ଥଳକୁ ଯାଇ ନ ପାରି ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି। ୧୬ ନଂ ଜାତୀୟ ରାଜପଥରେ ଶହ ଶହ ସଂଖ୍ୟାରେ ଗାଡ଼ି ଅଟକି ରହିଛି। ଘଣ୍ଟାଏ କାଳ ଦୁଇଟି ଯାତ୍ରୀବାହୀ ଟ୍ରେନ୍‌ ଷ୍ଟେଶନରେ ଅଟକି ରହିବା ଫଳରେ ଯାତ୍ରୀମାନେ ସମସ୍ୟାରେ ସମ୍ମୁଖୀନ ହୋଇଥିଲେ। ବ୍ୟାଙ୍କ, ବିର୍ଲା ଟାୟାର୍ସ, କୋର୍ଟ ସମେତ ବିଭିନ୍ନ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଏସ୍‌ପି ରାଜପ୍ରସାଦଙ୍କ ତତ୍ତ୍ୱାବଧାନରେ ଆନ୍ଦୋଳନସ୍ଥଳରେ ବ୍ୟାପକ ପୋଲିସ ମୁତୟନ ରହିଛନ୍ତି। ଶ୍ରମିକ ନେତା ଗୌରାଙ୍ଗ ପାଣିଗ୍ରାହୀ, ପ୍ରଦୀପ୍ତ ପଣ୍ଡା, ଭାଗବତ ପ୍ରତିହାରୀ, ଆଶୁତୋଷ ପରିଡା, ପ୍ରେମରଞ୍ଜନ ପାତ୍ର, ଈଶାଣୀ ଷଡ଼ଙ୍ଗୀ ବାସନ୍ତୀ ସାମଲ ନିରାକାର ପାଣ୍ଡ, ଭରତ ସେଠୀ, ଶ୍ୟାମସୁନ୍ଦର ଜେନା, ସଞ୍ଜୀବ ଗିରି, ସ୍ବରୂପ ଦାସ, ସୁଦର୍ଶନ ଜେନା, ସୁଧାଂଶୁ ପରିଡ଼ା ପ୍ରମୁଖ ଧର୍ମଘଟରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri