Posted inଜାତୀୟ

ଡିସେମ୍ବର ୩୦ରେ ଭାରତ ବନ୍ଦ ଡାକରା

ଜାମସେଦପୁର,୨୭ା୧୨: ଆସନ୍ତା ଡିସେମ୍ବର ୩୦ରେ ସରନା ଧର୍ମକୁ ସ୍ବୀକୃତି ପ୍ରଦାନ ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନ (ଏଏସ୍‌ଏ) ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ସରନା ଧର୍ମାବଲମ୍ବୀମାନେ ଦୀର୍ଘବର୍ଷ ଧରି ଏହି ଦାବି କରିଆସୁଥିବାରୁ ଆଦିବାସୀ ସଙ୍ଗଠନ ଏଏସ୍‌ଏ ସେମାନଙ୍କ ସମର୍ଥନରେ ବାହାରିଛି। ଏଏସ୍‌ଏ ସଭାପତି ସଲଖାନ୍‌ ମୁର୍ମୁ କହିଛନ୍ତି, ସରନା ଧର୍ମ ଦେଶର ୧୫ କୋଟି ଆଦିବାସୀଙ୍କ ପରିଚୟ। ଏହି ଆଦିବାସୀ ଧର୍ମକୁ ସ୍ବୀକୃତି ନ ଦେବା ଏକ ସାମ୍ବିଧାନିକ ଅପରାଧ ସଦୃଶ। ଆଦିବାସୀ ସମ୍ପ୍ରଦାୟର ଲୋକଙ୍କୁ ଅନ୍ୟ ଧର୍ମ ଗ୍ରହଣ ପାଇଁ ବାଧ୍ୟ କରାଯିବାର ତାତ୍ପର୍ଯ୍ୟ ହେଉଛି ସେମାନଙ୍କୁ ଦାସତ୍ୱର ଧର୍ମ ଆପଣାଇବାକୁ ବାଧ୍ୟ କରିବା। ଉଭୟ କଂଗ୍ରେସ ଓ ଭାଜପା ଆଦିବାସୀମାନଙ୍କୁ ସେମାନଙ୍କ ଧର୍ମରୁ ବଞ୍ଚତ୍ତ କରୁଛନ୍ତି ବୋଲି ସେ କହିଛନ୍ତି। ଯେଉଁ ଦଳ ସରନାକୁ ଧର୍ମର ସ୍ବୀକୃତି ଦେବ, ଆମେ ସେହି ପାର୍ଟିକୁ ଭୋଟ ଦେବୁ ବୋଲି ମୁର୍ମୁ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri