Posted inଜାତୀୟ

ଭାରତ ବନ୍ଦ: ୮ କୋଟିରୁ ଅଧିକ ବ୍ୟବସାୟୀ ହେବେ ସାମିଲ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୬ରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ଭାରତବନ୍ଦ ଡାକରା ଦିଆଯାଇଛି। ଜିଏସ୍‌ଟିରେ ହୋଇଥିବା କେତେକ ସଂଶୋଧନ ବିରୋଧରେ ୮ କୋଟିରୁ ଅଧିକ ବ୍ୟବସାୟୀ ଏହି ବନ୍ଦରେ ସାମିଲ ହେବେ। ଏକ କୋଟିରୁ ଅଧିକ ପରିବହନକାରୀ ସଂସ୍ଥା ମଧ୍ୟ ବନ୍ଦରେ ଯୋଗଦେବେ। ଫଳରେ ଦେଶବ୍ୟାପୀ ପରିବହନ ବ୍ୟବସ୍ଥା ସହିତ ବିଭିନ୍ନ ଲଘୁ ଉଦ୍ୟୋଗ ତଥା ବ୍ୟବସାୟ ସହିତ ଜଡ଼ିତ ଥିବା ସମସ୍ତ ସଂଗଠନ ଶୁକ୍ରବାର ବନ୍ଦ ରହିବ ବୋଲି ସର୍ବଭାରତୀୟ ବ୍ୟବସାୟୀ ମହାସଂଘର ପ୍ରମୁଖ ପ୍ରବୀଣ ଖଣ୍ଡେଲଓ୍ବାଲ ସୂଚନା ଦେଇଛନ୍ତି। ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ଦ୍ୱାରା ବାର୍ଷିକ ୮୦ ଲକ୍ଷ କୋଟି ଟଙ୍କାରୁ ଅଧିକ କାରବାର ହୋଇଥାଏ। ଏହା ଦ୍ୱାରା ଦେଶର ୪୦ କୋଟିରୁ ଅଧିକ ଲୋକଙ୍କୁ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ମିଳିଥାଏ। ଏପରିସ୍ଥଳେ ଏହି କ୍ଷେତ୍ରକୁ ଅଣଦେଖା କରିବା ଦ୍ୱାରା ଦେଶର ରାଜସ୍ବରେ ହାନୀ ହେବ। ଭାରତ ବନ୍ଦ ଡାକରା ମାଧ୍ୟମରେ ସରକାରଙ୍କ ନିଷ୍ପତ୍ତି ପ୍ରତି ସଂଘ ଅସନ୍ତୋଷ ବ୍ୟକ୍ତ କରିବାକୁ ଚାହୁଁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?