ଭାରତ ବନ୍ଦ ପାଳନ: ଜ଼ିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ବିକ୍ଷୋଭକାରୀ

ଛତ୍ରପୁର,୩୧।୧୨(ଦିଲ୍ଲୀପ ସାମଲ): ଭାରତ ମୁକ୍ତି ମୋର୍ଚ୍ଚା ତତ୍ତ୍ୱାବଧାନରେ ନ୍ୟାୟ ପାଇଁ ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି) ମୋର୍ଚ୍ଚା, ଭିଟାମାଟି ସୁରକ୍ଷା ଅଭିଯାନ, ଗଞ୍ଜାମ ଜ଼ିଲା ବାଉରୀ ଖଡାଳ ସମାଜ ବିକାଶ ମଞ୍ଚ, ଦକ୍ଷିଣାଞ୍ଚଳ ମହିଳା ସଂଘ ଏବଂ ଅନ୍ୟାନ୍ୟ ଦଳିତ ସଂଗଠନ ମିଳିବ ଆନୁକୂଲ୍ୟରେ ଆଜି ଭାରତ ବନ୍ଦ ପାଳନ କରାଯାଇଛି।
ରାଷ୍ଟ୍ରୀୟ ପଛୁଆ ବର୍ଗ ଓବିସି ମୋର୍ଚ୍ଚାର ବିଜୟ ସ୍ବାଇଁ,ଭାରତ ମୁକ୍ତି ମୋର୍ଚ୍ଚାର ଜିଲା ସଭାପତି ସୁମା ଦାସ,ଗଞ୍ଜାମ ଜ଼ିଲା ବାଉରୀ ଖଡାଳ ସମାଜ ବିକାଶ ମଞ୍ଚର କୁମର ଦାସ, ଭିଟାମାଟି ସୁରକ୍ଷା ଅଭିଯାନର ସଭାପତି ରମେଶ ଶବର, ଦକ୍ଷିଣାଞ୍ଚଳ ମହିଳା ସଂଘର ନୀଳାଦ୍ରି ବେହେରା ଓ ରାଜେନ୍ଦ୍ର ବେହେରା ପ୍ରମୁଖ ନେତୃତ୍ୱରେ ଆଜି ଜ଼ିଲାପାଳଙ୍କ କାର୍ଯ୍ୟାଳୟଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଗତ ୧୭ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସଂସଦରେ ବାବାସାହେବ ଆମ୍ବେଦକରଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦୃଢ଼ ପ୍ରତିବାଦ କରିବା ସହିତ ଓବିସି ଜନସଂଖ୍ୟା ଗଣନା, ଇଭିଏମ ବ୍ୟବହାର ବନ୍ଦ କରିବା ଓ ନିର୍ବାଚନ ପାଇଁ ବାଲଟ ପେପର କାର୍ଯ୍ୟକାରୀ କରିବା ଆଦି ପ୍ରସଙ୍ଗକୁ ନେଇ କଡା ସମାଲୋଚନା କରିଥିଲେ l ଅମିତ ଶାହାଙ୍କ ଇସ୍ତଫା ଦାବି କରିବା ସହିତ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ଏକ ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଅତିରିକ୍ତ ଜ଼ିଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କ ଜରିଆରେ ପ୍ରଦାନ କରାଯାଇଛି l ପରେ ଜାତୀୟ ରାଜପଥ ୧୬କୁ ଅବରୋଧ କରି ଆନ୍ଦୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦିଲ୍ଲୀପ ନାୟକ, ଜଗନ୍ନାଥ ପ୍ରଧାନ, କାଳୁ ଚରଣ ନାୟକ, ବିପ୍ର ନାୟକ ଓ ଭିକାରି ଦାସଙ୍କ ସମେତ ବହୁ ସଂଖ୍ୟାରେ ଦଳିତ ମହିଳା ଓ ପୁରୁଷ ଆନ୍ଦୋଳନରେ ସାମିଲ ଥିଲେ l

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri