Posted inଜାତୀୟ

୧୬ ଫେବୃୟାରୀରେ କାହିଁକି ଭାରତ ବନ୍ଦ

ନୂଆଦିଲ୍ଲୀ,୧୫।୨: ୨୦୨୦ ସେପ୍ଟେମ୍ବର ୨୭ରେ କେନ୍ଦ୍ର ସରକାର ୩ଟି କୃଷି ଆଇନ ପ୍ରଣୟନ କରିଥିଲେ। ସେଗୁଡ଼ିକ ହେଲା କୃଷକଙ୍କ ଉତ୍ପାଦ ବ୍ୟାପାର ଓ ବାଣିଜ୍ୟ (ପ୍ରୋତ୍ସାହନ ଓ ସରଳୀକରଣ) ଆଇନ, କୃଷକ (ସଶକ୍ତୀକରଣ ଓ ପ୍ରୋତ୍ସାହନ) ମୂଲ୍ୟ ଆଶ୍ୱାସନା ଓ କୃଷି ସେବା ଚୁକ୍ତି ସମ୍ପର୍କିତ ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ (ସଂଶୋଧନ)। ଏହାକୁ ନେଇ ସାରା ଦେଶର କୃଷକମାନେ ଆନ୍ଦୋଳନ କରିଥିଲେ।

କୃଷି ଆଇନରେ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସ୍ପି) ବ୍ୟବସ୍ଥା ନ ଥିବା ଏବଂ ଖାଦ୍ୟଶସ୍ୟ ଦର ନିର୍ଦ୍ଧାରଣ ଉପରେ ବୃହତ୍‌ ଶିଳ୍ପଗୋଷ୍ଠୀଙ୍କ ଏକଚାଟିଆ ଅଧିକାର ରହିବା ଆଶଙ୍କା କରି ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ପ୍ରାୟ ବର୍ଷେ ଧରି ଏହି ଆନ୍ଦୋଳନ ଚାଲିଥିଲା। ଶେଷରେ ୨୦୨୧ ନଭେମ୍ବର ୧୯ରେ ସରକାର କୃଷକଙ୍କ ଦାବି ଆଗରେ ମୁଣ୍ଡ ନୁଅଁାଇ ୩ ବିବାଦୀୟ ଆଇନ ପ୍ରତ୍ୟାହାର ଘୋଷଣା କରିଥିଲେ। ସେତେବେଳେ ସରକାର ଚାଷୀମାନଙ୍କୁ ଏମଏସ୍‌ପି ଆଇନ ଆଣିବା ନେଇ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏମଏସ୍‌ପି ଉପରେ ଅଦ୍ୟାବଧି କୌଣସି ଆଇନ ଅଣାଯାଇ ନ ଥିବାରୁ ପୁଣି ଥରେ ଦେଶରେ କୃଷକ ଆନ୍ଦୋଳନ ମୁଣ୍ଡ ଟେକିଛି।

ପ୍ରଦେଶ, ହରିୟାଣା ଓ ପଞ୍ଜାବର କୃଷକମାନେ ଫେବୃଆରୀ ୧୩ରେ ‘ଦିଲ୍ଲୀ ଚଲୋ’ ଆହ୍ବାନ ଦେଇଥିଲେ। ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍କେଏମ) ଏବଂ କିଷାନ ମଜଦୁର ମୋର୍ଚ୍ଚା (କେଏମଏମ) ସମେତ ୨୬ଟି କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୬ରେ ‘ଭାରତ ବନ୍ଦ’ ପାଇଁ ମଧ୍ୟ ଡାକରା ଦିଆଯାଇଛି। ଏହି ୩ କୃଷିବହୁଳ ରାଜ୍ୟ ସମେତ ଦେଶର ବିଭିନ୍ନ ଭାଗରୁ ପ୍ରାୟ ୨୦୦ କୃଷକ ସଙ୍ଗଠନର ୨୦ ହଜାର ଚାଷୀ ଏମଏସ୍‌ପି ଆଇନ ଦାବିରେ ଦିଲ୍ଲୀରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଅଥଚ ମୋଦି ସରକାର ଏହାକୁ ମାନିବା ପାଇଁ ପ୍ରସ୍ତୁତ ନାହାନ୍ତି।

ଇତିମଧ୍ୟରେ ଉତ୍ତର ପ୍ରଦେଶର କୃଷକ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ ଓ ସର୍ବନିମ୍ନ ସହାୟକ ମୂଲ୍ୟର ପ୍ରବକ୍ତା ସବୁଜ ବିପ୍ଳବର ପିତା କୁହାଯାଉଥିବା କୃଷି ବୈଜ୍ଞାନିକ ଏମଏସ ସ୍ବାମୀନାଥନଙ୍କୁ ଭାରତ ରତ୍ନ ଭଳି ଦେଶର ସର୍ବଶ୍ରେଷ୍ଠ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି। ତଥାପି, କୃଷକମାନେ ପୁଣି ଥରେ ରାସ୍ତାକୁ ଓହ୍ଲାଇ ଆସିଛନ୍ତି। ଫେବୃଆରୀ ୧୩ରେ ପଞ୍ଜାବ-ହରିୟାଣାର କୃଷକମାନେ ଦିଲ୍ଲୀରେ ପହଞ୍ଚି ନେତା ଓ ମନ୍ତ୍ରୀଙ୍କୁ ଘେରି ରହିବାକୁ ଯୋଜନା କରିଥିଲେ। ସମ୍ଭାବ୍ୟ କୃଷକଙ୍କ ଆନ୍ଦୋଳନ ପାଇଁ ଦିଲ୍ଲୀ ପୋଲିସ ସତର୍କ ରହିଛି। ସେମାନଙ୍କୁ ବିଭିନ୍ନ ସ୍ଥାନରେ ଅଟକାଇବା ପାଇଁ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri