Posted inଜାତୀୟ

ଆଜି ଭାରତ ବନ୍ଦ: ସବୁକିଛି ହୋଇଯିବ ଠପ୍‌

ନୂଆଦିଲ୍ଲୀ,୯ା୭:କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା ରାଷ୍ଟ୍ର ବିରୋଧୀ ଏବଂ କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ଏଥିରେ ବ୍ୟାଙ୍କିଙ୍ଗ୍‌, ବୀମା, ଡାକସେବାଠାରୁ ଆରମ୍ଭ କରି ଖଣି, ରାଜପଥ ଏବଂ ନିର୍ମାଣ କାର୍ଯ୍ୟ, ପରିବହନ କାର୍ଯ୍ୟରେ ନିୟୋଜିତ ୨୫ କୋଟିରୁ ଊର୍ଦ୍ଧ୍ୱ କର୍ମଚାରୀ ଓ ଶ୍ରମିକ ସାମିଲ ହେବାକୁ ଥିବାରୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇପାରେ। ବନ୍ଦ ଯୋଗୁ ଜନସେବା କ୍ଷେତ୍ର ସର୍ବାଧିକ ପ୍ରଭାବିତ ହେବା ଆଶଙ୍କା କରାଯାଉଥିବାବେଳେ ଶିକ୍ଷାନୁଷ୍ଠାନ ଓ ଘରୋଇ କାର୍ଯ୍ୟାଳୟ ଖୋଲା ରହିବ।
ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ୍‌ ନାମରେ କେନ୍ଦ୍ର ସରକାର ଆର୍ଥତ୍କ ନୀତି ଏବଂ ଶ୍ରମ କ୍ଷେତ୍ରରେ ସଂସ୍କାର କାର୍ଯ୍ୟକାରୀ କରିବା ପାଇଁ ଯାଉଛନ୍ତି, ଯାହା ଶ୍ରମିକ କର୍ମଚାରୀଙ୍କ ଅଧିକାରକୁ ଦୁର୍ବଳ କରିବା ସହ ସେମାନଙ୍କ ସାମୂହିକ ମୂଲଚାଲ କ୍ଷମତାକୁ ସଂକୁଚିତ କରିବ ଓ କାର୍ଯ୍ୟକ୍ଷେତ୍ର ଅଧିକ ଖରାପ ହେବ ବୋଲି ୟୁନିୟନଗୁଡ଼ିକ ଅଭିଯୋଗ କରିଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏବଂ ସରକାରୀ ସେବାର ଘରୋଇକରଣ, ଆଉଟ୍‌ସୋର୍ସିଂ ନୀତି, ଶ୍ରମଶକ୍ତିର ଠିକାଦାରିତା ଆଦି ବିରୋଧରେ ଟ୍ରେଡ୍‌ ୟୁନିୟନଗୁଡ଼ିକ ଦୀର୍ଘଦିନ ହେଲା ଲଢ଼େଇ କରିଆସୁଛନ୍ତି। ପାର୍ଲାମେଣ୍ଟରେ ଗୃହୀତ ୪ ଲେବର କୋଡ୍‌ ଟ୍ରେଡ୍‌ ୟୁନିୟନଗୁଡ଼ିକର ଆନ୍ଦୋଳନକୁ ଚାପିଦେବା ଓ ପଙ୍ଗୁ କରିଦେବା ପାଇଁ ଉଦ୍ଦିଷ୍ଟ। ଏହାଦ୍ୱାରା କାର୍ଯ୍ୟ ସମୟ ବୃଦ୍ଧି ପାଇବ। କର୍ମଚାରୀଙ୍କ ଧର୍ମଘଟ କରିବା ଅଧିକାର ରହିବ ନାହିଁ ଏବଂ ନିଯୁକ୍ତିଦାତାଙ୍କ ଦ୍ୱାରା ଶ୍ରମ ଆଇନର ଉଲ୍ଲଂଘନକୁ ଅପରାଧମୁକ୍ତ କରାଯିବ ବୋଲି ଫୋରମ୍‌ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।
ବନ୍ଦ୍‌ରେ ସାମିଲ ହେଉଥିବା ସଂଗଠନ
ବନ୍ଦକୁ ସମର୍ଥନ କରୁଥିବା ଟ୍ରେଡ୍‌ ୟୁନିୟନଗୁଡ଼ିକ ହେଲେ ଇଣ୍ଡିଆନ ନ୍ୟାଶନାଲ ଟ୍ରେଡ୍‌ ୟୁନିୟନ କଂଗ୍ରେସ(ଆଇଏନ୍‌ଟିୟୁସି), ଅଲ୍‌ ଇଣ୍ଡିଆ ଟ୍ରେଡ୍‌ ୟୁନିୟନ କଂଗ୍ରେସ(ଏଆଇଟିୟୁସି), ହିନ୍ଦ୍‌ ମଜଦୁର ସଭା (ଏଚ୍‌ଏମ୍‌ଏସ୍‌), ସେଣ୍ଟର ଅଫ୍‌ ଇଣ୍ଡିଆନ୍‌ ଟ୍ରେଡ୍‌ ୟୁନିୟନ (ସିଆଇଟିୟୁ), ଅଲ୍‌ ଇଣ୍ଡିଆ ୟୁନାଇଟେଡ୍‌ ଟ୍ରେଡ୍‌ ୟୁନିୟନ ସେଣ୍ଟର (ଏଆଇୟୁଟିୟୁସି), ଟ୍ରେଡ୍‌ ୟୁନିୟନ କୋଅର୍ଡିନେଶନ ସେଣ୍ଟର(ଟିୟୁସିିସି), ସେଲ୍ଫ ଏମ୍ପ୍ଲଏଡ୍‌ ଓ୍ବିମେନ୍ସ ଆସୋସିଏଶନ (ଏସ୍‌ଇଡବ୍ଲ୍ୟୁଏ), ଅଲ୍‌ ଇଣ୍ଡିଆ ସେଣ୍ଟ୍ରାଲ କାଉନ୍‌ସିଲ୍‌ ଅଫ୍‌ ଟ୍ରେଡ୍‌ ୟୁନିୟନ (ଏଆଇସିସିଟିୟୁ), ଲେବର ପ୍ରୋଗ୍ରେସିଭ୍‌ ଫେଡେରେଶନ (ଏଲ୍‌ପିଏଫ୍‌) ଏବଂ ୟୁନାଇଟେଡ୍‌ ଟ୍ରେଡ୍‌ ୟୁନିୟନ କଂଗ୍ରେସ (ୟୁଟିୟୁସି)। ଏହା ବ୍ୟତୀତ କୃଷକ ଓ ଗ୍ରାମାଞ୍ଚଳ ଶ୍ରମିକ ସଂଗଠନ ମଧ୍ୟ ବନ୍ଦରେ ଯୋଗଦେବେ।
ବନ୍ଦ ଯୋଗୁ ପ୍ରଭାବିତ ହେବାକୁ ଥିବା ସେକ୍ଟର
ଭାରତ ବନ୍ଦ ଯୋଗୁ ବ୍ୟାଙ୍କିଙ୍ଗ୍‌ ଓ ଆର୍ଥତ୍କ ସେବା, ପୋଷ୍ଟାଲ ସେବା, କୋଇଲା ଖଣି ଖନନ ଏବଂ ଶିଳ୍ପାଞ୍ଚଳ ଶାଖା, ରାଜ୍ୟ ପରିଚାଳିତ ପରିବହନ ସେବା ପ୍ରଭାବିତ ହେବ। ସେହିପରି ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ), ବିଭିନ୍ନ ସରକାରୀ ବିଭାଗ ଉପରେ ମଧ୍ୟ ବନ୍ଦ୍‌ର ପ୍ରଭାବ ପଡ଼ିବ। ତେବେ ବନ୍ଦ ପାଳନ ବେଳେ ସ୍କୁଲ୍‌ ଓ କଲେଜ ଖାଲା ରହିବ। ଘରୋଇ କାର୍ଯ୍ୟାଳୟଗୁଡ଼ିକ ସ୍ବାଭାବିକ କାର୍ଯ୍ୟ କରିବାକୁ ଥିବାବେଳେ ଟ୍ରେନ୍‌ ଚଳାଚଳ ବିଳମ୍ବିତ ହୋଇପାରେ ବୋଲି କୁହାଯାଇଛି।
ରିପୋର୍ଟ ଅନୁଯାୟୀ, ପଣ୍ଡିଚେରି ଏବଂ ତାମିଲନାଡୁରେ ସମ୍ପୂର୍ଣ୍ଣ ବନ୍ଦ ହେବାକୁ ଥିବାରୁ ବସ୍‌ ସମେତ ସାଧାରଣ ପରିବହନ ସେବା ବାଧାପ୍ରାପ୍ତ ହେବ। ତେଣୁ ସେଠାରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ମଧ୍ୟ ବନ୍ଦ ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?