ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ବ୍ୟବସାୟୀ ସଂଘ ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି। କଟକ ନଗର ବ୍ୟବସାୟୀ ସଂଘ ଏହାକୁ ସମର୍ଥନ କରିବ ବୋଲି ଘୋଷଣା କରିଛି। ଜିଏସ୍‌ଟି ଜଟିଳତା ଦ୍ୱାରା ବ୍ୟବସାୟୀମାନେ ଆର୍ଥିକ ଓ ମାନସିକସ୍ତରରେ ଅତିଷ୍ଠ ହେଲେଣି। ଏହାଛଡ଼ା ଜିଏସ୍‌ଟି ଆଇନ ଯୋଗୁ ବ୍ୟବସାୟ କରିବା ଅସମ୍ଭବ ହୋଇପଡିଛି। କଟକ ମାଲଗୋଦାମ ବଣିକ ସଂଘ କାର୍ଯ୍ୟାଳୟରେ ହୋଇଥିବା ବୈଠକରେ ମହାସଂଘ ବନ୍ଦ ଡାକରାକୁ ସମର୍ଥନ କରିବାକୁ କଟକ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି। ଏହି ବନ୍ଦ ଡାକରାକୁ ୪୦ ହଜାର ଟ୍ରେଡ୍‌ ଆସୋସିଏଶନ ସମର୍ଥନ ଘୋଷଣା କରିଛନ୍ତି। ଅନ୍ୟପଟେ ଏହି ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଗୃହ ବିଭାଗ ତରଫରୁ ସମସ୍ତ ଅତିରିକ୍ତ ମୁଖ୍ୟ ଶାସନ ସଚିବ, କମିଶନର ଏବଂ ସ୍ବତନ୍ତ୍ର ସଚିବମାନଙ୍କୁ ଚିଠି କରି କିଛି ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ଚିଠିରେ ଗୃହ ବିଭାଗ ଉଲ୍ଲେଖ କରିଛି ଯେ, ଟ୍ରେଡ୍‌ ଆସୋସିଏଶନ ପକ୍ଷରୁ ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାଦ୍ୱାରା ଗାଡି ମୋଟର, ରେଳ ଏବଂ ଦୋକାନ ବଜାର ଆଦି ବନ୍ଦ ହୋଇପାରେ। ତେଣୁ ଲୋକସେବା ଭବନ, ଖାରବେଳ ଭବନ ଏବଂ ରାଜୀବ ଭବନରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ ୯ଟା ୩୦ ସୁଦ୍ଧା କାର୍ଯ୍ୟରେ ଯୋଗଦିଅନ୍ତୁ। ୧୦ଟା ୧୫ ସୁଦ୍ଧା ଲୋକସେବା ଭବନର ସମ୍ମୁଖ ଫାଟକ ବନ୍ଦ କରିଦିଆଯିବ। ନାଲି ବିଲ୍ଡିଂ ଏବଂ ମୁଖ୍ୟ ଲୋକସେବା ଭବନର ଫାଟକ ଖୋଲା ରହିବ। ସମସ୍ତ କର୍ମଚାରୀ ସେମାନଙ୍କ ଗେଟ୍‌ ପାସ୍‌ ଏବଂ ଆଇଡି ପ୍ରୁଫ୍‌ ଆଣିବା ଜରୁରୀ କରାଯାଇଛି। ବିନା କାର୍‌ ପାସ୍‌ରେ ଭିତରକୁ ପ୍ରବେଶ କରାଇ ଦିଆଯିବ ନାହିଁ। ଯଦି କୌଣସି କର୍ମଚାରୀ କିଛି ଅସୁବିଧାର ସମ୍ମୁଖୀନ ହୁଅନ୍ତି ତେବେ ସିକ୍ୟୁରିଟି ଦାୟିତ୍ୱରେ ରହିଥିବା ଏସିପିଙ୍କୁ ଜଣାଇବେ। ବାହାର ଲୋକଙ୍କୁ ଏହିଦିନ ଲାଗି ଭିତରକୁ ମନା ରହିଛି। ବନ୍ଦ ଡାକରା ପରେ ରାଜ୍ୟ ବସ୍‌ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ କହିଛନ୍ତି, ବସ୍‌ ବନ୍ଦ ହେବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ। ତେଲ ଦର ବଢ଼ିଲେ ଆମ ଗାଡିର ଭଡା ମଧ୍ୟ ବଢୁଛି। ଯଦି ଲୋକ ହେବେ ଚାଲିବ ନ ହେଲେ ଚାଲିବ ନାହିଁ ବୋଲି ସେ କହିଛନ୍ତି। ସେହିପରି ରାଜ୍ୟ ଟ୍ରକ୍‌ ମାଲିକ ସଂଘ ସାଧାରଣ ସମ୍ପାଦକ ରବି ଶତପଥୀ କହିଛନ୍ତି ଯେ, ଭାରତ ବନ୍ଦକୁ ନୈତିକ ସମର୍ଥନ ଦେଉଛି। ହେଲେ ଟ୍ରକ୍‌ ବନ୍ଦ ରହିବ ନାହିଁ। ସରକାରଙ୍କ ନିକଟରେ ଆମେ ୧ ତାରିଖ ସୁଦ୍ଧା କିଛି ଦାବି ପୂରଣ ଲାଗି ପ୍ରସ୍ତାବ ରଖିଛୁ। ଯେହେତୁ ସଂଘ ତରଫରୁ ସମୟ ଦିଆଯାଇଛି, ତେଣୁ ଏହା ପୂର୍ବରୁ କିଛି କରିବା ଠିକ୍‌ ହେବ ନାହିଁ ବୋଲି ଶତପଥୀ କହିଛନ୍ତି। ସେହିପରି ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ଖୋଲା ରହିବ। ପିଲାମାନେ ଯେପରି ଶିକ୍ଷାନୁଷ୍ଠାନ ଯିବା କଥା ଯିବେ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri