କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ, ଖୁବଶୀଘ୍ର ହେବ ଲଞ୍ଚ

ନୂଆଦିଲ୍ଲୀ,୧୯ ।୬: କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି । ହେଲେ ଏହାସହ ଲଢିବାକୁ ସାରା ବିଶ୍ୱରେ ଭ୍ୟାକ୍ସିନ ତିଆରି ହୋଇ ସାରିଥିବା ବେଳେ ଏବେ ଏହି ଭ୍ୟାକ୍ସିନକୁ ନେଇ ଆଉ ଏକ ଭଲ ଖବର ଆସିଛି । କରୋନା ସହ ଲଢିବା ପାଇଁ ପ୍ରସ୍ତୁୂତ ଭ୍ୟାକ୍ସିନ ତାଲିକାରେ ଆଉ ଏକ ନାମ ଯୋଡି ହେବାକୁ ଯାଉଛି । ଏହା ହେଉଛି ଏକ ନାଜାଲ ଭ୍ୟାକ୍ସିନ ।
ଭ୍ୟାକ୍ସିନ ପ୍ରସ୍ତୁତକାରୀ କମ୍ପାନୀ ଭାରତ ବାୟୋଟେକର ଚେୟାରମ୍ୟାନ ତଥା ପ୍ରବନ୍ଧ ନିର୍ଦ୍ଦେଶକ ଡା. କୃଷ୍ଣା ଏଲା ଶନିବାର କହିଛନ୍ତି, କମ୍ପାନୀ ଦ୍ୱାରା ପ୍ରସ୍ତୁତ ହେଉଥିବା କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ ହୋଇଛି । ଆସନ୍ତା ମାସରେ କମ୍ପାନୀ ଏହାର ତଥ୍ୟ ଡ୍ରଗ୍ସ କଣ୍ଟୋଲର ଜେନେରାଲ ଅଫ ଇଣ୍ଡିଆ(ଡିଜିସିଆଇ) ନିକଟରେ ଜମା କରିବ ।
ଡା. କୃଷ୍ଣା କହିଛନ୍ତିି ଏହାର ପରୀକ୍ଷଣ ଶେଷ ହୋଇଛି । ଏବେ ଏହାର ଡାଟା ବିଶ୍ଳେଷଣ କରାଯିବ । ଆସନ୍ତା ମାସରେ ଆମେ ନିୟାମକ ଏଜେନ୍ସିଙ୍କୁ ଡାଟା ଉପଲବ୍ଧ କରାଇଦେବୁ । ଯଦି ସବୁକିଛି ଠିକ୍ ରହିଲା ତେବେ ଆମକୁ ଅନୁମତି ମିଳିଯିବ ବୋଲି ଆଶା କରାଯାଉଛି । ଏହାପରେ ଏହି ନୂଆ ନାଜାଲ ଭ୍ୟାକ୍ସିନକୁ ବଜାରକୁ ଛଡାଯିବ । ଏହା ବିଶ୍ୱର ପ୍ରଥମ କ୍ଲିନିକାଲ ପ୍ରମାଣିତ ନାଜାଲ କରୋନା ଭ୍ୟାକ୍ସିନ ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri