ଭାରତକୁ ଯୋଡ଼ିବା ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ମୂଳଲକ୍ଷ୍ୟ: ରାହୁଲ

ସୁନ୍ଦରଗଡ,୬ା୨(ଜୟ ନାରାୟଣ ମେଣ୍ଡୁଳି): ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛି। ଏହି ଅବସରରେ ରାହୁଲ ଗାନ୍ଧୀ ଉଦ୍‌ବୋଧନ ଦେଇ, ଓଡ଼ିଶା ଆସି ବହୁତ ଭଲ ଲାଗୁଥିବା କହିଛନ୍ତି। ଏପରିକି ଭାରତକୁ ଯୋଡିବା ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ରାହୁଲ କହିଛନ୍ତି। ୩ ଦିନଯାଏଁ ଓଡ଼ିଶାରେ ରହିବି। ଆଦିବାସୀ, ଗରିବଙ୍କ ସମସ୍ୟା ବୁଝିବି ବୋଲି ରାହୁଲ କହିଛନ୍ତି।

ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଧାୟକ ତାରା ପ୍ରସାଦ ବାହିନୀପତି, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସମେତ ବହୁ ନେତୃବୃନ୍ଦ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ବୁଧବାର ରାମପାଲରୁ ଯାତ୍ରା ବାହାରି ରାଉରକେଲା ଉଦିତନଗରରେ ପହଞ୍ଚିବ। ପୂର୍ବାହ୍ନରେ ଆମ୍ବେଡ଼କର ଛକରୁ ପଦଯାତ୍ରା ବାହାରି ପ୍ରାୟ ୩.୪ କିଲୋମିଟର ଦୂର ପାନପୋଷ ଛକରେ ପହଞ୍ଚିବ। ସେଠାରେ ଜନସମାବେଶରେ ରାହୁଲ ଯୋଗଦେବେ। ପରେ ପୁଣି ଯାତ୍ରା ଆରମ୍ଭ ହୋଇ ରାଣୀବନ୍ଧ(ରାଜଗାଙ୍ଗପୁର)ରେ ପହଞ୍ଚିବା ପରେ ରାହୁଲ ମଧ୍ୟାହ୍ନଭୋଜନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ରାହୁଲ ସେଠାରେ ଜନ ସମାବେଶକୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ପରେ ପଦଯାତ୍ରା ଅପରାହ୍ନ ସାଢେ ୪ଟାରେ ସୁନ୍ଦରଗଡ଼ ସହରରେ ପହଞ୍ଚିବା ପରେ ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରୁ ବାହାରି ଷ୍ଟାଡିୟମ ଛକଦେଇ ଏସ୍‌ବିଆଇ ଛକରେ ପହଞ୍ଚିବ। ସେଠାରେ ରାହୁଲ ଜନସମାବେଶରେ ଯୋଗଦେବେ। ଏହାପରେ ସେଠାରୁ ଝାରସୁଗୁଡ଼ା ଯାଇ ଅମଲିପାଲିରେ ରାତ୍ରିଯାପନ କରିବେ। ୮ ତାରିଖ ସକାଳ ୮ଟାରୁ ଯାତ୍ରା ଝାରସୁଗୁଡ଼ା ପୁରୁଣା ବସ୍‌ଷ୍ଟାଣ୍ଡ ମହାତ୍ମା ଗାନ୍ଧୀ ଛକରୁ ବାହାରି ବେହେରାମାଲ କିଷାନ ଛକରେ ପହଞ୍ଚିବ। ସେଠାରେ ଜନସଭାରେ ରାହୁଲ ଉଦ୍‌ବୋଧନ ଦେବେ। ପରେ ଗୋବିନ୍ଦପୁର ମଧୁବନ ଢାବାରେ ପ୍ରାତଃ ବିରତି, କୁରେଇମାଲରେ ମଧ୍ୟାହ୍ନଭୋଜନ ପରେ ଅପରାହ୍ନ ୨ଟାରୁ କନକତୋରାରୁ ଯାତ୍ରା ଆରମ୍ଭ ହେବ। ପଦଯାତ୍ରା ସୀମାନ୍ତ ରେଙ୍ଗାଲିପାଲି ରାୟଗଡ଼ ଦେଇ ଛତିଶଗଡ଼ରେ ପ୍ରବେଶ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri