କେନ୍ଦ୍ର, ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା

ଜୟପୁର/ଲକ୍ଷ୍ମୀପୁର,୨୮ା୧ (ନି.ପ୍ର./ସ୍ବ.ପ୍ର.): ଜୟପୁର ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର କଂଗ୍ରେସ ଭାରତ ଜୋଡ ପଦଯାତ୍ରା କାର୍ଯ୍ୟକ୍ରମ କରି ନିଜର ଶକ୍ତି ପ୍ରଦର୍ଶନ କରିଛି। ବୋରିଗୁମ୍ମା, ଲକ୍ଷ୍ମୀପୁର ଏବଂ ଜୟପୁରଠାରେ ବହୁ ସଂଖ୍ୟାରେ କଂଗ୍ରେସ କର୍ମୀମାନେ ପଦଯାତ୍ରା ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା। ଜିଲା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ,କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ପ୍ରଥମେ ବୋରିଗୁମ୍ମାର ମିଲ ସାହି ଠାରୁ ଏକ ଶୋଭାଯାତ୍ରା ବାହାରି ଥାନା ଛକ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ଏକ ସଭା ହୋଇଥିଲା। ଜୟପୁର ସହରର ଖୀଷ୍ଟିୟାନ ପେଟାଠାରୁ ଏକ ଶୋଭାଯାତ୍ରା ବାହାରି ସହରର ମୁଖ୍ୟ ରାସ୍ତା ଦେଇ ରାଜା ନହରଠାରେ ପହଞ୍ଚତ୍ଥିଲା। ଏଠାରେ ମଧ୍ୟ ଏକ ସଭାରେ ଅତିଥିମାନେ ଉଦବୋଧନ ଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମାଲୋଚନା କରିଥିଲେ। ରାଜ୍ୟରେ ଦୀର୍ଘ ୨୨ବର୍ଷର ବିଜେଡି ଶାସନରେ ଦୁର୍ନୀତି, ଭ୍ରଷ୍ଟାଚାର ବଢିଛି। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବା ସହ ରାଜ୍ୟରେ ଶିକ୍ଷା ଓ ସ୍ବାାସ୍ଥ୍ୟସେବାରେ ଅନେକ ସମସ୍ୟା ରହିଛି ବୋଲି ଅତିଥିମାନେ ଆରୋପ ଲଗାଇଥିଲେ। ୨୦୨୪ରେ ଲୋକେ କଂଗ୍ରେସକୁ ଭରସା କରୁଛନ୍ତି। କଂଗ୍ରେସ ମଧ୍ୟ ୯ରୁ୯୦ ଆସନ ହାସଲ ପାଇଁ ଭାରତ ଜୋଡ ପଦଯାତ୍ରା କରୁଛି ବୋଲି ପିସିସି ସଭାପତି ପଟ୍ଟନାୟକ କହିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ପୌର ଅଧ୍ୟକ୍ଷ ନରେନ୍ଦ୍ର ମହାନ୍ତି, ପୂର୍ବତନ ବିଧାୟକ ରାମ କଡାମ, ବରିଷ୍ଠ କଂଗ୍ରେସ ନେତା ବିନୋଦ ମହାପାତ୍ରଙ୍କ ସହ ଅନ୍ୟମାନେ ସାମିଲ ହୋଇଥିଲେ।
ସେହିପରି ଲକ୍ଷ୍ମୀପୁର ବ୍ଲକର ଲକ୍ଷ୍ମୀପୁରଠାରେ କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ ପଦ୍‌ଯାତ୍ରା ଅନୁଷ୍ଠିତ ହୋଇଛି। ଜିଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ଲକ୍ଷ୍ମୀପୁର କଲେଜଠାରୁ ପଦଯାତ୍ରା ବାହାରି ବସ ଷ୍ଟାଣ୍ଡଠାରେ ପହଞ୍ଚତ୍ଥିଲା। ସେଠାରେ ଅନୁଷ୍ଠିତ ସଭାରେ ବେକାରୀ ସମସ୍ୟା,ଦରବୃଦ୍ଧି, ଉପରେ ଅତିଥିମାନେ ସରକାରଙ୍କୁ ସମାଲୋଚନା କରିଥିଲେ। ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ୪ଟି ବ୍ଲକ ଲକ୍ଷ୍ମୀପୁର, ଦଶମନ୍ତପୁର, ନାରାୟଣପାଟଣା, ବନ୍ଧୁଗାଁ ବ୍ଲକର କଂଗ୍ରେସ କର୍ମୀ ଯୋଗ ଦେଇଥିଲେ। ଏଥିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟନାୟକ, କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲକା, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଜିଲା ଏବଂ ଉପରୋକ୍ତ ୪ଟି ବ୍ଲକର ସଭାପତି, ଜିଲା ପରିଷଦ ସଭ୍ୟ, ପଞ୍ଚାୟତ ସଭାପତିଙ୍କ ସମେତ ବହୁ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri