Posted inଜାତୀୟ

୧୪୫ ଦିନରେ ୪୦୦୦ କିଲୋମିଟର ଯାତ୍ରା, ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା.., ଶେଷ ହେବ ଭାରତ ଯୋଡୋ ଯାତ୍ରା

ନୂଆଦିଲ୍ଲୀ,୩୦ ।୧: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ସୋମବାର ଅର୍ଥାତ୍ ୩୦ ଜାନୁୟାରୀରେ ଶେଷ ହେବାକୁ ଯାଉଛି । ତାମିଲନାଡୁର କନ୍ୟା କୁମାରୀରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ୧୪୫ ଦିନରେ ୧୨ ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ଦେଇ ପ୍ରାୟ ୪୦୦୦ କିଲୋମିଟର ଦୂରତା ଅତିକ୍ରମ କରି ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରରେ ପହଞ୍ଚିଛି । ଏଠାରେ ଥିବା ଐତିହାସିକ ଲାଲ ଚୌକରେ ରାହୁଲ ତ୍ରିରଙ୍ଗା ଉଡାଇବା ସହ କହିଛନ୍ତି ଭାରତକୁ ଦେଇଥିବା କଥା ପୂରଣ ହୋଇଛି । ଏହି ଯାତ୍ରାକୁ ସେ ତାଙ୍କ ଜୀବନର ସବୁଠାରୁ ବଡ ଓ ସୁନ୍ଦର ଅନୁଭୁତି ବୋଲି କହିଛନ୍ତି ।
ସୋମବାର ଶ୍ରୀନଗରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ କଂଗ୍ରେସ ମୁଖ୍ୟାଳୟରେ ଜାତୀୟ ପତାକା ଉଡାଇବା ସହ ଭାରତ ଯୋଡୋ ଯାତ୍ରା ସ୍ମାରକର ଉଦଘାଟନ କରିବେ । ପରେ ଏସକେ ଷ୍ଟାଡିୟମରେ ଏକ ଜନସଭାର ଆୟୋଜନ ବି କରାଯାଇଛି । ଏଥିପାଇଁ କଂଗ୍ରେସ ପକ୍ଷରୁ ଏକ ଡଜନରୁ ଅଧିକ ବିରୋଧି ରାଜନୈତିକ ଦଳଙ୍କୁ ନିମନ୍ତ୍ରଣ କରାଯାଇଛି । ହେଲେ ଦଳ ହାଇକମାଣ୍ଡଙ୍କ ପକ୍ଷରୁ ଏବେ ପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ କି କେତେ ବିରୋଧି ରାଜନୈତିକ ଦଳ ଭାରତ ଯୋଡୋ ଯାତ୍ରାର ସମାପନ କାର୍ଯ୍ୟକ୍ରମରେ ସାମିଲ ହେବେ । ହେଲେ ମଲ୍ଲିକାର୍ଜୁନ ଖର୍ଗେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠିଲେଖି ସଭା ପାଇଁ ଉଚିତ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ କହିଛନ୍ତି ।
କଂଗ୍ରେସର ଏହି ଭାରତ ଯୋଡୋ ଯାତ୍ରାର ପ୍ରଭାବ ଆଗାମୀ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ଉପରେ ପଡିବ ବୋଲି ଦଳ ଆଶା ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri