Posted inଜାତୀୟ

ସାମ୍ବାରେ ଭାରତ ଯୋଡ଼ୋ ଯାତ୍ରା

ସାମ୍ବା,୨୩।୧(ପି.ଟି.): ଜମ୍ମୁ-କଶ୍ମୀରରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ରବିବାର ୨୧ କିଲୋମିଟର ଅତିକ୍ରମ କରିବା ପରେ ଅପରାହ୍ନରେ ସାମ୍ବାରେ ପହଞ୍ଚତ୍ଛି। ଜମ୍ମୁରେ ଶନିବାର ଦୁଇଟି ବିସ୍ଫୋରଣ ଘଟିଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଥିଲା। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ପଦଯାତ୍ରା ସୋମବାର ଅପରାହ୍ନରେ ଜମ୍ମୁରେ ପହଞ୍ଚତ୍ବ।

ଭାଜପା ଶାସିତ ରାଜ୍ୟଗୁଡ଼ିକରେ ଯାତ୍ରାକୁ ଲୋକମାନଙ୍କର ଅଭୂତପୂର୍ବ ସମର୍ଥନ ମିଳୁଛି। ଏଥିରେ ଶାସକ ଦଳ ଭାଜପା ଭୟଭୀତ। ତେଣୁ ରାହୁଲ ଗାନ୍ଧୀଙ୍କ ଭାବମୂର୍ତ୍ତି ଖରାପ କରିବା ଲାଗି ଏହି ଦଳ ସମସ୍ତ ଉଦ୍ୟମ ଚଳାଇଥିବା ଜୟରାମ ରମେଶ ଅଭିଯୋଗ କରିଛନ୍ତି। ଭାଜପା ମୁଖ୍ୟ ପ୍ରସଙ୍ଗଠାରୁ ଲୋକଙ୍କ ଧ୍ୟାନ ହଟାଇବା କୌଶଳ ଆପଣାଇଛି। ଲୋକଙ୍କୁ ପଦଯାତ୍ରାଠାରୁ ଦୂରେଇ ରଖିବାକୁ ଉଦ୍ୟମ କରି ଏହି ଦଳ ବିଫଳ ହୋଇଥିବା ଜୟରାମ କହିଛନ୍ତି।

ଭାରତ ଯୋଡ଼ୋ ଯାତ୍ରା ଗୋଟିଏ ଦିନ ବନ୍ଦ ରହିବା ପରେ ରବିବାର ସକାଳେ ଜମ୍ମୁ-ପଠାନକୋଟ ରାଜପଥ ନିକଟ ହୀରାନଗରରୁ ଆରମ୍ଭ ହୋଇଥିଲା। ରାସ୍ତାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ଗାଡ଼ିଗୁଡ଼ିକୁ ଅନ୍ୟ ରୁଟ୍‌ରେ ଛଡ଼ାଯାଇଥିଲା। ଯାତ୍ରାରେ ଜମ୍ମୁ-କଶ୍ମୀର କଂଗ୍ରେସ ସଭାପତି ବିକାର ରସୁଲ ଓ୍ବାନି, କାର୍ଯ୍ୟକାରୀ ସଭାପତି ରମଣ ଭାଲ୍ଲାଙ୍କ ସହ ଶତାଧିକ ସ୍ବେଚ୍ଛାସେବୀ ସାମିଲ ହୋଇ ତ୍ରିରଙ୍ଗା ଧରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ବହୁସଂଖ୍ୟାରେ ଲୋକ ଉପସ୍ଥିତ ରହି ରାହୁଲଙ୍କୁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri