Posted inଜାତୀୟ

‘ଭାରତ ଯୋଡ଼ୋ ଯାତ୍ରା’ ଶେଷ

ଶ୍ରୀନଗର,୩୦ା୧: ପ୍ରବଳ ତୁଷାରପାତ ସତ୍ତ୍ୱେ ସୋମବାର ଶ୍ରୀନଗରସ୍ଥିତ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟାଳୟରେ ‘ଭାରତ ଯୋଡ଼ୋ ଯାତ୍ରା’ ଶେଷ ହୋଇଛି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ କଂଗ୍ରେସ ମୁଖ୍ୟାଳୟରେ ଜାତୀୟ ପତାକା ଉଡ଼ାଇବା ସହ ଭାରତ ଯୋଡ଼ୋ ଯାତ୍ରା ସ୍ମାରକର ଉଦଘାଟନ କରିଥିଲେ। ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ପରେ ଏସ୍‌କେ ଷ୍ଟାଡିୟମରେ ଏକ ଜନସଭାର ଆୟୋଜନ କରାଯାଇଥିଲା। ଏହି ସମାବେଶକୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି, ସେ ଦିନେ ଯାତ୍ରା ସମୟରେ ବହୁତ ଯନ୍ତ୍ରଣା ଅନୁଭବ କରିଥିଲେ, କିନ୍ତୁ ଜଣେ ଯୁବତୀଙ୍କ ଚିଠି ତାଙ୍କ ଦୃଷ୍ଟିକୋଣକୁ ବଦଳାଇ ଦେଇଥିଲା ଏବଂ ଯନ୍ତ୍ରଣା ଦୂର ହୋଇଯାଇଥିଲା।

ଏଥିପାଇଁ କଂଗ୍ରେସ ପକ୍ଷରୁ ଅଧିକ ବିରୋଧୀ ରାଜନୈତିକ ଦଳଙ୍କୁ ନିମନ୍ତ୍ରଣ କରାଯାଇଥିଲା। ପ୍ରବଳ ତୁଷାରପାତ ସତ୍ତ୍ୱେ ବିରୋଧୀମାନେ ମଧ୍ୟ ଉପସ୍ଥିତ ଥିଲେ।

ତାମିଲନାଡୁର କନ୍ୟା କୁମାରୀରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ୧୪୫ ଦିନରେ ୧୨ ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ଦେଇ ପ୍ରାୟ ୪୦୦୦ କିଲୋମିଟର ଦୂରତା ଅତିକ୍ରମ କରି ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରରେ ଶେଷ ହୋଇଛି । କଂଗ୍ରେସର ଏହି ‘ଭାରତ ଯୋଡ଼ୋ ଯାତ୍ରା’ର ପ୍ରଭାବ ଆଗାମୀ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ଉପରେ ପଡ଼ିବ ବୋଲି ଦଳ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri