Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ସହ ନାଚିଲେ ରାହୁଲ ଗାନ୍ଧୀ

ଜୟପୁର,୪।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ରବିବାର ମଧ୍ୟପ୍ରଦେଶରୁ ରାଜସ୍ଥାନର ଝାଲାୱାରରେ ପ୍ରବେଶ କରିଛି। ଏଠାରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କୁ ଜୋରଦାର ସ୍ବାଗତ କରାଯାଇଛି। କେବଳ ଏତିକି ନୁହେଁ, ରାହୁଲ ଗୋଟିଏ ମଞ୍ଚରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ସହ ପାରମ୍ପରିକ ଆଦିବାସୀ ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା। ଏହି ୩ ନେତା ପରସ୍ପରର ହାତ ଧରି ନୃତ୍ୟ କରିଥିଲେ।
ସୂଚନାଯୋଗ୍ୟ, ଭାରତ ଯୋଡୋ ଯାତ୍ରା ମଧ୍ୟପ୍ରଦେଶର ଆଗର ମାଲୱା ଜିଲା ଠାରୁ ଚାନୱାଲି ନଦୀ ଉପରେ ନିର୍ମିତ ବ୍ରିଜ ପାର ହୋଇ ସନ୍ଧ୍ୟା ପ୍ରାୟ ୬.୪୦ ସମୟରେ ପଡୋଶୀ ରାଜ୍ୟ ରାଜସ୍ଥାନରେ ପ୍ରବେଶ କରିଥିଲା। ରାଜସ୍ଥାନରେ ପ୍ରବେଶ ସମୟରେ କଂଗ୍ରେସର ମଧ୍ୟପ୍ରଦେଶ ୟୁନିଟ ସଭାପତି କମଲ ନାଥ ଏବଂ ଦଳର ଅନ୍ୟ ନେତାମାନେ ରାହୁଲ ଗାନ୍ଧୀଙ୍କ ସହ ଯାଇଥିଲେ। ଦଳୀୟ କର୍ମୀଙ୍କ ବ୍ୟତୀତ ସ୍ଥାନୀୟ ଲୋକମାନେ ରାହୁଲଙ୍କୁ ସ୍ବାଗତ କରିବା ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ଧାଡିରେ ଠିଆ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri