Posted inଜାତୀୟ

ଇଣ୍ଡିଆ ଗେଟ ହୋଇ ଲାଲକିଲା ଯିବ ଭାରତ ଯୋଡୋ ଯାତ୍ରା

ନୂଆଦିଲ୍ଲୀ,୨୪ ।୧୨: ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ କରାଯାଇଥିବା ଭାରତ ଯୋଡୋ ଯାତ୍ରା ଶନିବାର ଦିଲ୍ଲୀରେ ଜନତାଙ୍କୁ ଏକାଠି କରାଇବାକୁ ଚେଷ୍ଟା କରିବ । ଏହି ଯାତ୍ରା ଇଣ୍ଡିଆ ଗେଟ ହୋଇ ଲାଲକିଲା ଯିବାର କାର୍ଯ୍ୟକ୍ରମ ରହିଛି । କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ, ବେଣୁଗୋପାଳ ଓ ଦିଗବିଜୟ ସିଂ ସଫା ସଫା ମନା କରି ଦେଇଥିଲେ ଯେ ଇଣ୍ଡିଆ ଗେଟ ନହୋଇ ଭାରତ ଯୋଡୋ ଯାତ୍ରା ଲାଲକିଲା ଯିବନାହିଁ । ଏହାପରେ ଦିଲ୍ଲୀ ପୋଲିସ ଅଧିକାରୀଙ୍କ ସହ ଏକ ବୈଠକ କରାଯାଇଥିଲା ଓ ଏଥିରେ ଯାତ୍ରାର ରୁଟରେ କିଛିଟା ପରିବର୍ତ୍ତନ କରାଯାଇଥିଲା । ଏହାକୁ ଦିଲ୍ଲୀ ପୋଲିସ ଅଧିକାରୀ ଅନୁମତି ପ୍ରଦାନ କରିଥିଲେ । ଦିଲ୍ଲୀ ଟ୍ରାଫିକ ପୋଲିସ ସୂଚନା ଅନୁଯାୟୀ, କଂଗ୍ରେସର ଭାରତ ଯୋଡୋ ଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ଦିଲ୍ଲୀର ବଦରପୁର ବର୍ଡରରୁ ଲାଲ କିଲା ପର୍ଯ୍ୟନ୍ତ ଟ୍ରାଫିକ ଜାମ ରହିବା ଅନୁମାନ କରାଯାଉଛି । ସେଥିପାଇଁ ଏହି ରାସ୍ତାରେ କମ ଯାହାଆସ କରିବା ସହ ସାର୍ବଜନିକ ପରିବହନ ଯାନ ଅଧିକ ବ୍ୟବହାର କରିବାକୁ ପରାମର୍ଶ ଦେଇଛି ପୋଲିସ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri