କେନ୍ଦ୍ର, ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା

ଜୟପୁର/ଲକ୍ଷ୍ମୀପୁର,୨୮ା୧ (ନି.ପ୍ର./ସ୍ବ.ପ୍ର.): ଜୟପୁର ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର କଂଗ୍ରେସ ଭାରତ ଜୋଡ ପଦଯାତ୍ରା କାର୍ଯ୍ୟକ୍ରମ କରି ନିଜର ଶକ୍ତି ପ୍ରଦର୍ଶନ କରିଛି। ବୋରିଗୁମ୍ମା, ଲକ୍ଷ୍ମୀପୁର ଏବଂ ଜୟପୁରଠାରେ ବହୁ ସଂଖ୍ୟାରେ କଂଗ୍ରେସ କର୍ମୀମାନେ ପଦଯାତ୍ରା ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା। ଜିଲା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ,କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ପ୍ରଥମେ ବୋରିଗୁମ୍ମାର ମିଲ ସାହି ଠାରୁ ଏକ ଶୋଭାଯାତ୍ରା ବାହାରି ଥାନା ଛକ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ଏକ ସଭା ହୋଇଥିଲା। ଜୟପୁର ସହରର ଖୀଷ୍ଟିୟାନ ପେଟାଠାରୁ ଏକ ଶୋଭାଯାତ୍ରା ବାହାରି ସହରର ମୁଖ୍ୟ ରାସ୍ତା ଦେଇ ରାଜା ନହରଠାରେ ପହଞ୍ଚତ୍ଥିଲା। ଏଠାରେ ମଧ୍ୟ ଏକ ସଭାରେ ଅତିଥିମାନେ ଉଦବୋଧନ ଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମାଲୋଚନା କରିଥିଲେ। ରାଜ୍ୟରେ ଦୀର୍ଘ ୨୨ବର୍ଷର ବିଜେଡି ଶାସନରେ ଦୁର୍ନୀତି, ଭ୍ରଷ୍ଟାଚାର ବଢିଛି। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବା ସହ ରାଜ୍ୟରେ ଶିକ୍ଷା ଓ ସ୍ବାାସ୍ଥ୍ୟସେବାରେ ଅନେକ ସମସ୍ୟା ରହିଛି ବୋଲି ଅତିଥିମାନେ ଆରୋପ ଲଗାଇଥିଲେ। ୨୦୨୪ରେ ଲୋକେ କଂଗ୍ରେସକୁ ଭରସା କରୁଛନ୍ତି। କଂଗ୍ରେସ ମଧ୍ୟ ୯ରୁ୯୦ ଆସନ ହାସଲ ପାଇଁ ଭାରତ ଜୋଡ ପଦଯାତ୍ରା କରୁଛି ବୋଲି ପିସିସି ସଭାପତି ପଟ୍ଟନାୟକ କହିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ପୌର ଅଧ୍ୟକ୍ଷ ନରେନ୍ଦ୍ର ମହାନ୍ତି, ପୂର୍ବତନ ବିଧାୟକ ରାମ କଡାମ, ବରିଷ୍ଠ କଂଗ୍ରେସ ନେତା ବିନୋଦ ମହାପାତ୍ରଙ୍କ ସହ ଅନ୍ୟମାନେ ସାମିଲ ହୋଇଥିଲେ।
ସେହିପରି ଲକ୍ଷ୍ମୀପୁର ବ୍ଲକର ଲକ୍ଷ୍ମୀପୁରଠାରେ କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ ପଦ୍‌ଯାତ୍ରା ଅନୁଷ୍ଠିତ ହୋଇଛି। ଜିଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ଲକ୍ଷ୍ମୀପୁର କଲେଜଠାରୁ ପଦଯାତ୍ରା ବାହାରି ବସ ଷ୍ଟାଣ୍ଡଠାରେ ପହଞ୍ଚତ୍ଥିଲା। ସେଠାରେ ଅନୁଷ୍ଠିତ ସଭାରେ ବେକାରୀ ସମସ୍ୟା,ଦରବୃଦ୍ଧି, ଉପରେ ଅତିଥିମାନେ ସରକାରଙ୍କୁ ସମାଲୋଚନା କରିଥିଲେ। ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ୪ଟି ବ୍ଲକ ଲକ୍ଷ୍ମୀପୁର, ଦଶମନ୍ତପୁର, ନାରାୟଣପାଟଣା, ବନ୍ଧୁଗାଁ ବ୍ଲକର କଂଗ୍ରେସ କର୍ମୀ ଯୋଗ ଦେଇଥିଲେ। ଏଥିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟନାୟକ, କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲକା, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଜିଲା ଏବଂ ଉପରୋକ୍ତ ୪ଟି ବ୍ଲକର ସଭାପତି, ଜିଲା ପରିଷଦ ସଭ୍ୟ, ପଞ୍ଚାୟତ ସଭାପତିଙ୍କ ସମେତ ବହୁ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri