ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ ଓ ଗାଇଡ୍ସର ୩୧ତମ ଗଞ୍ଜାମ ଜିଲା ସ୍ତରୀୟ କ୍ୟାମ୍ପୋରି ’ବସୁନ୍ଧରା’ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ଏହି କ୍ୟାମ୍ପୋରିରେ ଜିଲାର ୨୪୬ ସ୍କୁଲର ୫୩୦ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଛନ୍ତି। ସ୍କାଉଟ ଗାଇଡ୍ସ ଜିଲା ସମ୍ପାଦକ ଭାଗିରଥୀ ସ୍ବାଇଁଙ୍କ ତତ୍ତ୍ୱାବଧାନରେ ଚାଲିଥିବା କ୍ୟାମ୍ପୋରିକୁ ଭାରତ ସ୍କାଉଟ ଓ ଗାଇଡ୍ସର ଜାତୀୟ ଉପସଭାପତି ଡ଼. କାଳୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଡିଇଓ ଅଜୟ ପାତ୍ର, ଏଡିଇଓ ପ୍ରଭାତୀ କୁମାରୀ ମହାପାତ୍ର, ବସନ୍ତ ପଣ୍ଡା, କେଲୁଆପଲି ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜଳି ପାତ୍ର, ଦିଗପହଣ୍ଡି ବିଇଓ ଡ଼. ଶଙ୍କର ନାରାୟଣ ବେଜ, ପୂର୍ବତନ ଶିକ୍ଷାଧିକାରୀ ରାମଚନ୍ଦ୍ର ବିଷୋୟୀ, ଆବାସିକ ବିଦ୍ୟାଳୟ ପ୍ରଧାନାଚାର୍ଯ୍ୟ ଡ଼. କୃଷ୍ଣଚନ୍ଦ୍ର ଶାସ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଖୋଲା ଯାଇଥିବା ଫୁଡ ପ୍ଲାଜା ଓ ଗ୍ରାମ୍ୟ ମେଳାକୁ ଅତିଥିମାନେ ପରିଦର୍ଶନ କରିଥିଲେ। ଭୀଷ୍ମଗିରି ହାଇସ୍କୁଲ ପ୍ରଧାନ ଶିକ୍ଷକ ମନୋଜ ନାୟକ, ଆବାସିକ ବିଦ୍ୟାଳୟ ଏନସିସି ଶିକ୍ଷକ ବିନୋଦ ନାୟକ, ପଦ୍ମନାଭପୁର ନୋଡାଲ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତଲତା ମହାରଣା ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ‘କାଶ୍ମୀର’ରେ ସାଇକେଲ୍ ଧରି ବୁଲୁଛନ୍ତି ଜର୍ମାନ ଦମ୍ପତି, ବିଭୋର କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ

ଦାରିଙ୍ଗବାଡି,୭।୧: କନ୍ଧମାଳ ଜିଲାର ପାହାଡ଼ିଆ ଅଞ୍ଚଳ ଦାରିଙ୍ଗବାଡ଼ି, ଯାହାକୁ ‘ଓଡ଼ିଶାର କାଶ୍ମୀର’ କୁହାଯାଏ, ସେଠାରେ ଏବେ ଜର୍ମାନୀର ଏକ ପର୍ଯ୍ୟଟକ ଦମ୍ପତି ସାଇକେଲ ଯାତ୍ରାର ମଜା...

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

୧୮୨ କେଜି ଭାଙ୍ଗ ଜବତ କଲା ଅବକାରୀ ବିଭାଗ; ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଏବଂ ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ବ୍ଳକର ପୃଥକ ସ୍ଥାନରେ...

ବସ୍‌ରେ ଚଢ଼ିବା ବେଳେ ଭ୍ୟାନିଟିରୁ ଲୁଟିନେଲେ ୩୦ ଲକ୍ଷର ସୁନାଗହଣା, ଥାନାରେ ପହଞ୍ଚିଲେ…

ଦିଗପହଣ୍ଡି,୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ପୋଡ଼ାମାରି ରୋଡ଼ ଦାମୋଦର ନଗର ୨ୟ ଲେନରେ ରହୁଥିବା ଭୀଷ୍ମଗିରି ଗ୍ରାମର ଇ.ସସ୍ମିତା ପାତ୍ରଙ୍କ ଭ୍ୟାନିଟି...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ...

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା...

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ୨ଜଣଙ୍କ ଜୀବନ

ପାତ୍ରପୁର,୭ା୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅଧିନସ୍ଥ ତମ୍ୱାପୂର ମନ୍ଦରଡ଼ା ରାସ୍ତା ଲୁହୁରୁଣି ବଟଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri