ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ ଓ ଗାଇଡ୍ସର ୩୧ତମ ଗଞ୍ଜାମ ଜିଲା ସ୍ତରୀୟ କ୍ୟାମ୍ପୋରି ’ବସୁନ୍ଧରା’ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ଏହି କ୍ୟାମ୍ପୋରିରେ ଜିଲାର ୨୪୬ ସ୍କୁଲର ୫୩୦ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଛନ୍ତି। ସ୍କାଉଟ ଗାଇଡ୍ସ ଜିଲା ସମ୍ପାଦକ ଭାଗିରଥୀ ସ୍ବାଇଁଙ୍କ ତତ୍ତ୍ୱାବଧାନରେ ଚାଲିଥିବା କ୍ୟାମ୍ପୋରିକୁ ଭାରତ ସ୍କାଉଟ ଓ ଗାଇଡ୍ସର ଜାତୀୟ ଉପସଭାପତି ଡ଼. କାଳୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଡିଇଓ ଅଜୟ ପାତ୍ର, ଏଡିଇଓ ପ୍ରଭାତୀ କୁମାରୀ ମହାପାତ୍ର, ବସନ୍ତ ପଣ୍ଡା, କେଲୁଆପଲି ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜଳି ପାତ୍ର, ଦିଗପହଣ୍ଡି ବିଇଓ ଡ଼. ଶଙ୍କର ନାରାୟଣ ବେଜ, ପୂର୍ବତନ ଶିକ୍ଷାଧିକାରୀ ରାମଚନ୍ଦ୍ର ବିଷୋୟୀ, ଆବାସିକ ବିଦ୍ୟାଳୟ ପ୍ରଧାନାଚାର୍ଯ୍ୟ ଡ଼. କୃଷ୍ଣଚନ୍ଦ୍ର ଶାସ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଖୋଲା ଯାଇଥିବା ଫୁଡ ପ୍ଲାଜା ଓ ଗ୍ରାମ୍ୟ ମେଳାକୁ ଅତିଥିମାନେ ପରିଦର୍ଶନ କରିଥିଲେ। ଭୀଷ୍ମଗିରି ହାଇସ୍କୁଲ ପ୍ରଧାନ ଶିକ୍ଷକ ମନୋଜ ନାୟକ, ଆବାସିକ ବିଦ୍ୟାଳୟ ଏନସିସି ଶିକ୍ଷକ ବିନୋଦ ନାୟକ, ପଦ୍ମନାଭପୁର ନୋଡାଲ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟୁତଲତା ମହାରଣା ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri