Posted inଜାତୀୟ

‘ଇଣ୍ଡିଆ ନୁହେଁ ଭାରତ’: ପ୍ରଥମେ ନିମନ୍ତ୍ରଣପତ୍ର, ଏବେ ଜି୨୦ରେ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଥିବା କଣ୍ଟ୍ରି ପ୍ଲେଟ୍‌କୁ ନେଇ ବଢ଼ିଲା ବିବାଦ

ନୂଆଦିଲ୍ଲୀ,୯।୯: ଇଣ୍ଡିଆ ବନାମ ଭାରତକୁ ନେଇ ବିବାଦ ମଧ୍ୟରେ ମୋଦି ସରକାର ଅନ୍ତର୍ଜାତୀୟ ମଞ୍ଚରେ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଜି-୨୦ ସମ୍ମିଳନୀରେ ଯୋଗ ଦେବାକୁ ଥିବା ବିଶ୍ୱସ୍ତରୀୟ ନେତାଙ୍କ ନିମନ୍ତେ ରାଷ୍ଟ୍ରପତିଙ୍କ ଦ୍ୱାରା ଜାରି କରାଯାଇଥିବା ନିମନ୍ତ୍ରଣପତ୍ରରେ ‘ଭାରତ ରାଷ୍ଟ୍ରପତି’ ବୋଲି ଉଲ୍ଲେଖ କରାଯାଇଥିବା ବେଳେ ତାହାକୁ ନେଇ ବିବାଦ ଦେଖାଦେଇଥିଲା। ଏବେ ଜି-୨୦ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ କଣ୍ଟ୍ରି ପ୍ଲେଟ ଏହି ନିଆଁରେ ଘିଅ ଢାଳିଛି। କାରଣ ମୋଦିଙ୍କ କଣ୍ଟ୍ରିପ୍ଲେଟରେ ଇଣ୍ଡିଆ ପରିବର୍ତ୍ତେ ଭାରତ ଲେଖାଯାଇଛି । ଅର୍ଥାତ ବିଶ୍ୱନେତାଙ୍କ ସମ୍ମୁଖରେ ମୋଦି ନିଜକୁ ଭାରତର ପ୍ରଧାନମନ୍ତ୍ରୀ ରୂପେ ପରିଚିତ କରାଇଛନ୍ତି।

ସେହିଭଳି ବିଦେଶ ପ୍ରତିନିଧିଙ୍କ ପାଇଁ ପ୍ରସ୍ତୁତ କରାଯାଇଥିବା ଜି-୨୦ ପୁସ୍ତିକାରେ ‘ଇଣ୍ଡିଆ’ ଶବ୍ଦର ନାମଗନ୍ଧ ନ ଥିବା ବେଳେ ସେଥିରେ କେବଳ ‘ଭାରତ’ ଶବ୍ଦର ପ୍ରୟୋଗ କରାଯାଇଛି। ଏହାର ଶୀର୍ଷକ ରହିଛି – ’Bharat, The Mother Of Democracy’. ଏପରିକି ଉକ୍ତ ପୁସ୍ତିକାରେ ଭାରତ ହିଁ ଦେଶର ଔପଚାରିକ ନାମ ଭାବେ ଉଲ୍ଲେଖ କରାଯାଇଛି। ଏହି କ୍ରମରେ ନୂଆ ଦିଲ୍ଲୀ ସବୁ ଔପଚାରିକତାକୁ ପୂରଣ କରି ପାରିଲେ ୟୁଏନ ରେକର୍ଡରେ ଦେଶର ନାମ ‘ଇଣ୍ଡିଆ’ ପରିବର୍ତ୍ତେ ‘ଭାରତ’ କରାଯିବ ବୋଲି ସଂଯୁକ୍ତ ରାଷ୍ଟ୍ର ପକ୍ଷରୁ ସ୍ପଷ୍ଟ କରାଯାଇଛି। ଜି୨୦ ସମ୍ମିଳନୀରେ ଯୋଗ ଦେବାକୁ ଦିଲ୍ଲୀ ଆସିଥିବା ମିଳିତ ଜାତିସଂଘର ମହାସଚିବକଙ୍କ ମୁଖ୍ୟ ମୁଖପାତ୍ର ଷ୍ଟିଫେନ ଡୁଜାରିକ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri