ଭାରତୀ-ହର୍ଷଙ୍କୁ ସହଯୋଗ ଅଭିଯୋଗ: ୨ ଏନ୍‌ସିବି ଅଫିସର ନିଲମ୍ବିତ

ମୁମ୍ବାଇ,୩।୧୨: ଡ୍ରଗ୍ସ୍‌ ମାମଲାରେ ବଲିଉଡ୍‌ର ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟାଙ୍କୁ ସହଯୋଗ କରିଥିବା ଅଭିଯୋଗରେ ୨ ଜଣ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଅଫିସରଙ୍କୁ ନିଲମ୍ବିତ କରାଯାଇଛି। ଏହି ତଦନ୍ତକାରୀ ଅଫିସରମାନେ ଭାରତୀ, ହର୍ଷ ଏବଂ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ଙ୍କ ମ୍ୟାନେଜର କରିସ୍ମା ପ୍ରକାଶଙ୍କୁ ସହାୟତା କରିଥିବା କୁହାଯାଉଛି। ଭାରତୀ ଏବଂ ହର୍ଷଙ୍କ ଜାମିନ ପାଇଁ ଅଭିଯୁକ୍ତ ଅଫିସରମାନେ ସହଯୋଗ କରିଥିଲେ। ଜାମିନ ଶୁଣାଣି ସମୟରେ କୋର୍ଟରେ କୌଣସି ଏନ୍‌ସିବି ଅଧିକାରୀ ଉପସ୍ଥିତ ନ ଥିଲେ। ଫଳରେ ଏନ୍‌ସିବି ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇ ପାରି ନ ଥିଲା। ଫଳରେ ସହଜରେ ଭାରତୀ ଏବଂ ହର୍ଷଙ୍କୁ ଜାମିନ୍‌ ମିଳିଯାଇଥିଲା। ନାର୍କୋଟିକ୍ସ୍‌ ଡ୍ରଗ୍ସ୍‌ ଏବଂ ସାଇକୋଟ୍ରୋପିକ୍‌ ସବଷ୍ଟାନ୍ସ୍‌(ଏନ୍‌ଡିପିଏସ୍‌) ସ୍ପେଶାଲ କୋର୍ଟରେ ଭାରତୀ ଓ ହର୍ଷଙ୍କ ଜାମିନ ମଞ୍ଜୁର ନେଇ ଚ୍ୟାଲେଞ୍ଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆକଳନ: ଶୀଘ୍ର କିଣି ନିଅନ୍ତୁ ସୁନା, ଛଅ ମାସରେ ମୂଲ୍ୟ ୪୦% ବୃଦ୍ଧି ପାଇବ! ୧୦ ଗ୍ରାମକୁ ୨ ଲକ୍ଷ ପାର କରିପାରେ

ନୂଆଦିଲ୍ଲୀ,୧୯।୬: ବିଶ୍ୱସ୍ତରୀୟ ନିବେଶ ସଂସ୍ଥା JPMorgan ପୂର୍ବାନୁମାନ କରିଛି ଯେ ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୁନା ଏବଂ ରୂପା ମୂଲ୍ୟରେ ଉଲ୍ଲେଖନୀୟ ହ୍ରାସ ଚାପ ପଡ଼ିଥିଲେ…

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା…

ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ସ୍ବାସ୍ଥ୍ୟ ସେବା: ପ୍ରଶାସନର ପ୍ରଚେଷ୍ଟାକୁ ସର୍ବସାଧାରଣରେ ପ୍ରଶଂସା

ଥୁଆମୂଳ ରାମପୁର, ୧୯।୯ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ଏକ ମେଗା ସ୍ବାସ୍ଥ୍ୟ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲା‘କକ୍ରୋଚ ଜନତା ପାର୍ଟି’, NEET ପ୍ରସଙ୍ଗରେ ଆତ୍ମହତ୍ୟା କରିଥିବା ପିଲାଙ୍କ ପାଇଁ ସରକାରଙ୍କ ନିକଟରେ କଲା ପ୍ରମୁଖ ଦାବି

ନୂଆଦିଲ୍ଲୀ,୧୯।୬: NEET ପେପର୍‌ ଲିକ ବିବାଦ ମଧ୍ୟରେ, ଆତ୍ମହତ୍ୟା ମାମଲା ସମ୍ପର୍କରେ ରାଜନୈତିକ ଏବଂ ସାମାଜିକ ଚାପ ବଢୁଛି। କୋକ୍ରୋଚ ଜନତା ପାର୍ଟି (CJP) ଏହି ପ୍ରସଙ୍ଗରେ…

ଆକାଶର ରାଜା ‘ଏୟାର ଫୋର୍ସ ୱାନ’ର ଯାତ୍ରା ଶେଷ, ୩୫ ବର୍ଷ ଧରି ଆମେରିକାର ରାଷ୍ଟ୍ରପତିଙ୍କ ସେବା କରିବା ପରେ ଅବସର ନେଲା ‘SAM 29000’

ଓ୍ବାଶିଂଟନ,୧୯।୬: ‘ଏୟାର ଫୋର୍ସ ୱାନ’ର ଇତିହାସରେ ଏକ ଚମତ୍କାର ଯୁଗ, ବିଶ୍ୱର ସବୁଠାରୁ ସୁରକ୍ଷିତ, ସବୁଠାରୁ ଅଭେଦ୍ୟ ଏବଂ ଶକ୍ତିଶାଳୀ ବିମାନର ଯାତ୍ରା ଶେଷ ହୋଇଛି। ତିନି…

ଇରାନ-ଆମେରିକା ଶାନ୍ତି ଚୁକ୍ତି ପରେ ଭାରତ ପାଇଁ ଆସିଲା ଖୁସି ଖବର,‘ଦିଶା’ ଆଣିଲା ୬୨୩୭୦ ମେଟ୍ରିକ ଟନ୍‌ LNG

ନୂଆଦିଲ୍ଲୀ,୧୯।୬: ଏଲଏନଜି ଟ୍ୟାଙ୍କର ‘ଦିଶା’ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଦେଇ ଅତିକ୍ରମ କରିବା ପରେ ଗୁଜରାଟର ଦହେଜ ବନ୍ଦରରେ ପହଞ୍ଚିଛି। ଏହି ମାଲ୍ଟା ପତାକାଯୁକ୍ତ ଟ୍ୟାଙ୍କର…

ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨…

୫୬ ତମ ଜନ୍ମଦିନରେ ରାହୁଲଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି, କହିଲେ ମୁଁ ତାଙ୍କର…

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri