ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ଚନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ। ୧୮୯୭ ଜାନୁୟାରୀ ୨୩ରେ କଟକରେ ଜନ୍ମଗ୍ରହଣ କରିଥିଲେ ସୁଭାଷ ବୋଷ। ସେହିପରି ଆଜି ହେଉଛି ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ବୋଷ୍‌। ଓଡ଼ିଶାର ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା। ତାଙ୍କ ଦୃଢ଼ ନେତୃତ୍ୱ, ଅତୁଳନୀୟ ଦେଶ ଭକ୍ତି ସମସ୍ତଙ୍କ ହୃଦୟରେ ଚିର ଅମର ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ମଧ୍ୟ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଆଦିବାସୀ ତଥା ସାଧାରଣ ଜନତାଙ୍କ ସାର୍ଥ ରକ୍ଷା ସହ ଦେଶର ସ୍ବାଧୀନତା ପାଇଁ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କର ପରାକ୍ରମ ଏବଂ ବଳିଦାନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri