ଆମେରିକାରେ ଭାରତୀୟ ନୃତ୍ୟଶିଳ୍ପୀଙ୍କୁ ଗୁଳିକରି ହତ୍ୟା, ମୋଦିଙ୍କୁ ଗୁହାରି କଲେ ‘ଗୋପି ବୋହୂ’

ନୂଆଦିଲ୍ଲୀ,୨।୩: ଆମେରିକାରେ ପୁଣି ଜଣେ ଭାରତୀୟଙ୍କୁ ଗୁଳିକରି ହତ୍ୟା। କୋଲକାତାର ଭରତନାଟ୍ୟମ ଓ କୁଚିପୁଡି ଡ୍ୟାନ୍ସର ଅମରନାଥ ଘୋଷଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏନେଇ ଲୋକପ୍ରିୟ ଟେଲି ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଜୀ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ଅମରନାଥ ତାଙ୍କ ବନ୍ଧୁ ଥିବା ସେ କହିଛନ୍ତି।

ସୂଚନାନୁଯାୟୀ, ଅମରନାଥ ସେଣ୍ଟ ଲୁଇସ୍‌ର ୱାଶିଂଟନ ବିଶ୍ୱବିଦ୍ୟାଳୟରେ ନୃତ୍ୟରେ ମାଷ୍ଟର ଅଫ୍‌ ଫାଇନ୍‌ ଆର୍ଟସ ପଢ଼ୁଥିଲେ। ମଙ୍ଗଳବାର ସାରେ ସେ ସାଭ୍ରମଣରେ ବାହାରିଥିଲେ। ଏହି ସମୟରେ ଜଣେ ଅଜ୍ଞାତ ବନ୍ଧୁକଧାରୀ ତାଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ତେବେ ଅମରନାଥ ଘୋଷଙ୍କ ମୃତ୍ୟୁକୁ ନେଇ ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଜୀ ଏକ ପୋଷ୍ଟ କରି ଆମେରିକାରେ ଥିବା ଭାରତୀୟ ଦୂତାବାସ, ବିଦେଶ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ଲୋଡିଛନ୍ତି। ସେ ଏହି ମାମଲାର ଯାଞ୍ଚ କରିବା ପାଇଁ ଦାବି କରିଛନ୍ତି।

ଦେବୋଲିନାଙ୍କ କହିବା ମୁତାବକ, ଅମରନାଥ ତାଙ୍କ ପରିବାରର ଗୋଟିଏ ମାତ୍ର ସଦସ୍ୟ ଥିଲେ। ପିଲାଦିନରୁ ବାପାଙ୍କୁ ହରାଇଥିବା ବେଳେ ତିନି ବର୍ଷ ପୂର୍ବେ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଥିଲା। ଏବେ ତାଙ୍କୁ ଆମେରିକାରେ ହତ୍ୟା କରାଯାଇଛି। ତାଙ୍କୁ କିଏ ଓ କାହିଁକି ହତ୍ୟା କରିଛି ତାହା ଏଯାଏ ଜଣାପଡିନାହିଁ। ହେଲେ ତାଙ୍କ ମୃତଦେହକୁ ଭାରତକୁ ଫେରାଇ ଆଣିବାକୁ ତାଙ୍କ ସାଙ୍ଗସାଥୀମାନେ ନିବେଦନ କରିଛନ୍ତି।

ଅପରପକ୍ଷେ ଭାରତର ମହାବାଣିଜ୍ୟ ଦୂତାବାସ ଅମରନାଥ ଘୋଷଙ୍କ ହତ୍ୟାକୁ ନେଇ ଦୁଃଖ ପ୍ରକାଶ କରିଛି। ଏହି ମାମଲାରେ ଫରେନ୍ସିକ ଓ ପୋଲିସ ମିଶି ଯାଞ୍ଚ କରୁଛି। ଯଥା ସମ୍ଭବ ଏହି ମାମଲାରେ ସହାୟତା ପ୍ରଦାନ କରିବାକୁ ପୂରା ଚେଷ୍ଟା କରିବୁ ବୋଲି କୁହାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri