ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…

ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ । ସତ୍ୟପାଠ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯିବ । ମଙ୍ଗଳବାରଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ। ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ ବୋଲି ସଚିବ କହିଛନ୍ତି। ସେ ଆହୁରି କହିଛନ୍ତି, ଘଟଣାରେ ନିଲମ୍ବିତ ପୋଲିସ ଅଧିକାରୀଙ୍କୁ ପଚରାଉଚରା ହେବ। ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ ।ସାକ୍ଷ୍ୟଗ୍ରହଣ, ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ ବୋଲି ସଚିବ କହିଛନ୍ତି।

ଅନ୍ୟପକ୍ଷେଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍‌ ଫୋରେନସିକ୍‌ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ଏଥିପାଇଁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ, ଏଏସ୍‌ଆଇ ସଲିଳମୟୀ ସାହୁ ଏବଂ ଘଟଣା ଦିନ ଥାନାରେ ପ୍ରତ୍ୟକ୍ଷଦର୍ଶୀ ଭାବେ ଉପସ୍ଥିତ ଥିବା କାର୍ଯ୍ୟରତ ଏସ୍‌ଆଇ ପ୍ରଶାନ୍ତ ମହାରଣା ରବିବାର ଗୁଜରାଟ ଯାଇଛନ୍ତି। ଏଥିସହ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ମଧ୍ୟ ସେଠାକୁ ଯାଇଛି। ତେବେ ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ, ନାର୍କୋ-ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଙ୍ଗ୍‌ ଟେଷ୍ଟ ହେବାକୁ ଥିବାବେଳେ ଅନ୍ୟ ୪ ପୋଲିସ ଅଧିକାରୀଙ୍କ କେବଳ ପଲିଗ୍ରାଫ୍‌ ଟେଷ୍ଟ କରାଯିବ। ଜଣଙ୍କ ପରେ ଜଣଙ୍କୁ ଏସବୁ ଟେଷ୍ଟ କରାଇବାକୁ କ୍ରାଇମବ୍ରାଞ୍ଚ ଯୋଜନା କରିଛି। ଟେଷ୍ଟ ସରିବା ପରେ ସମସ୍ତ ପୋଲିସ ଅଧିକାରୀଙ୍କୁ ଧରି କ୍ରାଇମବ୍ରାଞ୍ଚ ଟିମ୍‌ ଓଡ଼ିଶା ଫେରିଆସିବ। ଉକ୍ତ ରାତିରେ ପ୍ରକୃତରେ କ’ଣ ଘଟିଥିଲା। କାହା ବୟାନରେ ସତ ରହିଛି। ଏସବୁ ଜାଣିବାକୁ କ୍ରାଇମ୍‌ବ୍ରାଞ୍ଚ ପାଖରେ ଶେଷ ବିକଳ୍ପ ରହିଛି ସାଇଣ୍ଟିଫିକ୍‌ ଟେଷ୍ଟ। ରିପୋର୍ଟ ଆସିବା ପରେ ପ୍ରକୃତ ସତ ପଦାକୁ ଆସିବ ବୋଲି ତଦନ୍ତକାରୀ ଟିମ୍‌ ଆଶା ରଖିଛି। ଏସବୁ ଟେଷ୍ଟ କରାଇବାକୁ କ୍ରାଇମ୍‌ବ୍ରାଞ୍ଚ କୋର୍ଟଙ୍କ ନିକଟରେ ଆବେଦନ କରିଥିବାବେଳେ ପୋଲିସ ଅଧିକାରୀମାନେ ସହମତି ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଦିନରେ ଓ ଟେଷ୍ଟ ହେବାକୁ ଥିବା ୫ ପୋଲିସ ଅଧିକାରୀ ରାତିରେ ବିମାନଯୋଗେ ଗୁଜରାଟ ଗସ୍ତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri