ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…

ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ । ସତ୍ୟପାଠ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯିବ । ମଙ୍ଗଳବାରଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ। ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ ବୋଲି ସଚିବ କହିଛନ୍ତି। ସେ ଆହୁରି କହିଛନ୍ତି, ଘଟଣାରେ ନିଲମ୍ବିତ ପୋଲିସ ଅଧିକାରୀଙ୍କୁ ପଚରାଉଚରା ହେବ। ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ ।ସାକ୍ଷ୍ୟଗ୍ରହଣ, ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ ବୋଲି ସଚିବ କହିଛନ୍ତି।

ଅନ୍ୟପକ୍ଷେଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍‌ ଫୋରେନସିକ୍‌ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ଏଥିପାଇଁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ, ଏଏସ୍‌ଆଇ ସଲିଳମୟୀ ସାହୁ ଏବଂ ଘଟଣା ଦିନ ଥାନାରେ ପ୍ରତ୍ୟକ୍ଷଦର୍ଶୀ ଭାବେ ଉପସ୍ଥିତ ଥିବା କାର୍ଯ୍ୟରତ ଏସ୍‌ଆଇ ପ୍ରଶାନ୍ତ ମହାରଣା ରବିବାର ଗୁଜରାଟ ଯାଇଛନ୍ତି। ଏଥିସହ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ମଧ୍ୟ ସେଠାକୁ ଯାଇଛି। ତେବେ ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ, ନାର୍କୋ-ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଙ୍ଗ୍‌ ଟେଷ୍ଟ ହେବାକୁ ଥିବାବେଳେ ଅନ୍ୟ ୪ ପୋଲିସ ଅଧିକାରୀଙ୍କ କେବଳ ପଲିଗ୍ରାଫ୍‌ ଟେଷ୍ଟ କରାଯିବ। ଜଣଙ୍କ ପରେ ଜଣଙ୍କୁ ଏସବୁ ଟେଷ୍ଟ କରାଇବାକୁ କ୍ରାଇମବ୍ରାଞ୍ଚ ଯୋଜନା କରିଛି। ଟେଷ୍ଟ ସରିବା ପରେ ସମସ୍ତ ପୋଲିସ ଅଧିକାରୀଙ୍କୁ ଧରି କ୍ରାଇମବ୍ରାଞ୍ଚ ଟିମ୍‌ ଓଡ଼ିଶା ଫେରିଆସିବ। ଉକ୍ତ ରାତିରେ ପ୍ରକୃତରେ କ’ଣ ଘଟିଥିଲା। କାହା ବୟାନରେ ସତ ରହିଛି। ଏସବୁ ଜାଣିବାକୁ କ୍ରାଇମ୍‌ବ୍ରାଞ୍ଚ ପାଖରେ ଶେଷ ବିକଳ୍ପ ରହିଛି ସାଇଣ୍ଟିଫିକ୍‌ ଟେଷ୍ଟ। ରିପୋର୍ଟ ଆସିବା ପରେ ପ୍ରକୃତ ସତ ପଦାକୁ ଆସିବ ବୋଲି ତଦନ୍ତକାରୀ ଟିମ୍‌ ଆଶା ରଖିଛି। ଏସବୁ ଟେଷ୍ଟ କରାଇବାକୁ କ୍ରାଇମ୍‌ବ୍ରାଞ୍ଚ କୋର୍ଟଙ୍କ ନିକଟରେ ଆବେଦନ କରିଥିବାବେଳେ ପୋଲିସ ଅଧିକାରୀମାନେ ସହମତି ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଦିନରେ ଓ ଟେଷ୍ଟ ହେବାକୁ ଥିବା ୫ ପୋଲିସ ଅଧିକାରୀ ରାତିରେ ବିମାନଯୋଗେ ଗୁଜରାଟ ଗସ୍ତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri