ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ  ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ।
କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ େ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି ।
ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେଥ) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।
ବୈଠକରେ ଉପମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ  ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ  ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।
ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଥିଲେ।  ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri