ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ  ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ।
କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ େ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି ।
ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେଥ) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।
ବୈଠକରେ ଉପମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ  ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ  ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।
ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଥିଲେ।  ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri