ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ ପୋଲିସ କର୍ମଚାରୀ। କିନ୍ତୁ ଏଯାଏଁ ହୋଇନାହିଁ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ଏନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ମୋହନ ମାଝି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଦଳିତ, ଆଦିବାସୀ, ମହିଳା ମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି ବୋଲି କଂଗ୍ରେସ କହିଛି ।

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ବର୍ବରତା ସବୁ ସୀମା ଟପିଛି। ସ ମୁଖ୍ୟମନ୍ତ୍ରୀ ଏ ପ୍ରସଙ୍ଗକୁ ହାଲକା ଭାବେ ନେଇଛନ୍ତି ବୋଲି କହିଛନ୍ତି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା। ରାଜ୍ୟରେ ଆଇନ ଶୃଙ୍ଖଳା ଅସମ୍ଭାଳ ହେଲାଣି। ତେଣୁ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ କରିବାକୁ ଦାବି କରିଛି କଂଗ୍ରେସ।

ଅନ୍ୟପକ୍ଷେ ବିରୋଧୀ ବିଜେଡି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି । ରାଜଧାନୀର ରାଜଭବନ ସମ୍ମୁଖରେ ଆଜି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଭିଯୁକ୍ତ ପୋଲିସ୍ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି। ଘଟଣାକୁ ନେଇ ସିଧାସଳଖ ଭାବେ ସରକାରଙ୍କୁ ଦୋଷାରୋପ କରିଛି ବିଜେଡି । ଆଉ ଏପଟେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରିବାକୁ ଅଗ୍ରସର ବେଳେ ପୋଲିସ ଅଟକାଇବାରୁ ଅଣ୍ଡା ଟମାଟୋ ମାଡ କରିଛି ଯୁବ କଂଗ୍ରେସ। ବ୍ୟାରିକେଡ୍ ଉପରେ ଚଢ଼ି ଆଗକୁ ଯିବାକୁ କଂଗ୍ରେସ କର୍ମୀ ଉଦ୍ୟମ କରିଥିଲେ।

ବିରୋଧୀଙ୍କ ପ୍ରଶ୍ନର ଜବାବ ରଖିବା ସହ ପୂର୍ବ ସରକାରଙ୍କ ଆଡ଼କୁ ପାଲଟା ପ୍ରଶ୍ନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ପୂର୍ବ ସରକାରରେ କେତୋଟି ଘଟଣାରେ ତଦନ୍ତ ରିପୋର୍ଟ ସାର୍ବଜନୀନ ହୋଇଛି ଆଗ ବିଜେଡି ମୁଖିଆ ନବୀନ ପଟ୍ଟନାୟକ କୁହନ୍ତୁ ବୋଲି ସେ ପ୍ରଶ୍ନ କରିଛନ୍ତି। ନବୀନ ପଟ୍ଟନାୟକ ପ୍ରଥମେ ନବ ଦାସ ଘଟଣାରେ କ’ଣ କଲେ ତାହାର ଉତ୍ତର ରଖନ୍ତୁ ବୋଲି ସେ ଦୋହରାଇଛନ୍ତି।୨୫ ବର୍ଷର ସରକାରର ଅବସାନ ପରେ ୧୦୦ଦିନର ସରକାର ସହିତ ତୁଳନା କରିବା ଠିକ ନୁହେଁ ବୋଲି କହିଛନ୍ତି ବରିଷ୍ଠ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri